ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର ଥିଲେ ବୈଷ୍ଣବ ପରିଡ଼ା

ଭୁବନେଶ୍ୱର,୧୬।୨(ବ୍ୟୁରୋ): ସାହିତ୍ୟ ସୃଜନର ବିଷୟ ହୋଇଥିବାରୁ ଏହା ରାଜନୀତିକୁ ଅଧିକ ମାର୍ଜିତ କରିଥାଏ। ରାଜନୀତିକୁ ଉଚିତ୍‌ ମାର୍ଗଦର୍ଶନ ଦେବାରେ ସାହିତ୍ୟ ସହାୟକ ହୋଇଥାଏ। ସାହିତ୍ୟ ଓ ରାଜନୀତିର ଯୁଗଳଯାତ୍ରାର ଉଦାହରଣୀୟ ବ୍ୟକ୍ତିତ୍ୱ ହେଲେ ସ୍ବର୍ଗତ ବୈଷ୍ଣବ ଚରଣ ପରିଡ଼ା। ଉଭୟ କ୍ଷେତ୍ରରେ ସେ ଥିଲେ ଜଣେ ଚମତ୍କାର ବ୍ୟକ୍ତି। ଜଣେ ମୂଲ୍ୟବୋଧଭିତ୍ତିକ ରାଜନେତା ଭାବେ ସେ ଯେତିକି ପ୍ରତିଷ୍ଠା ଅର୍ଜନ କରିଥିଲେ, ଉଚ୍ଚକୋଟୀର ସାହିତି୍ୟକ ଭାବେ ସେତିକି ସୁନାମ ପାଇପାରିଥିଲେ। ତାଙ୍କର ସାହିତ୍ୟ ଜୀବନ ରାଜନୈତିକ ଜୀବନକୁ ସମୃଦ୍ଧ କରିଥିଲା, ଯାହା ତାଙ୍କୁ ଜଣେ ସ୍ବତନ୍ତ୍ର ରାଜନେତାର ସମ୍ମାନ ପ୍ରଦାନ କରିଥିଲା। ଉଭୟ ଗାନ୍ଧୀ ଦର୍ଶନ ଓ ସମାଜବାଦ ଚିନ୍ତନର ସେ ଥିଲେ ଜଣେ ପ୍ରଖର ପ୍ରବକ୍ତା। ସେ ଜନଆନ୍ଦୋଳନର ନେତା ଥିଲେ। ଭାଷା ସୁରକ୍ଷା ଆନ୍ଦୋଳନ ତାଙ୍କର ଶେଷ ସର୍ବଶ୍ରେଷ୍ଠ ଆନ୍ଦୋଳନ ଥିଲା। ମଙ୍ଗଳବାର ଲୋହିଆ ଏକାଡେମୀଠାରେ ବୈଷ୍ଣବ ଚରଣ ପରିଡ଼ାଙ୍କ ୮୧ ତମ ଜୟନ୍ତୀ ସମାରୋହରେ ଏଭଳି ମତପ୍ରକାଶ ପାଇଛି। ସାମ୍ବାଦିକ ରବି ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଗାନ୍ଧୀବାଦୀ ପ୍ରହଲ୍ଲାଦ କୁମାର ସିଂହ ଯୋଗଦେଇଥିଲେ। ବିଶିଷ୍ଟ ଅତିଥି ଭାବେ ବିଶିଷ୍ଟ କବି ତଥା ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଡ. ହୃଷିକେଶ ମଲ୍ଲିକ ମଞ୍ଚାସୀନ ଥିଲେ। ମୁଖ୍ୟବକ୍ତା ଭାବେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଶାସ୍ତ୍ରୀୟ ଓଡ଼ିଆ ଉତ୍କର୍ଷ ଅଧ୍ୟୟନ କେନ୍ଦ୍ରର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ଯୋଗଦେଇଇ ‘ମାତୃଭାଷା ଓ ଜାତୀୟ ଅସ୍ମିତା’ ଶୀର୍ଷକ ପ୍ରଥମ ବୈଷ୍ଣବ ପରିଡ଼ା ସ୍ମାରକୀ ବକୃତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri