ଜଗନ୍ନାଥ ଅଟୋ ପକ୍ଷରୁ ୫୦ ଅଟୋ ଡେଲିଭେରି

ଭୁବନେଶ୍ୱର,୨୩।୧୨:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ବଜାଜ ଅଟୋ ଲିମିଟେଡ୍‌ର ସ୍ବୀକୃତିପ୍ରାପ୍ତ ଡିଲର ଜଗନ୍ନାଥ ଅଟୋ ଜରିଆରେ କମ୍ପାନୀ ୫୦ ଅଟୋ ଗ୍ରାହକଙ୍କୁ ହସ୍ତାନ୍ତରଣ କରାଯାଇଛି। ଏପରିକି ନୟାପଲ୍ଲୀସ୍ଥିତ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଆଞ୍ଚଳିକ ଶାଖା କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ବ୍ୟାଙ୍କର ମୁଦ୍ରାଋଣ ପରିପ୍ରେକ୍ଷୀରେ ଜଗନ୍ନାଥ ଅଟୋ ପକ୍ଷରୁ ୫୦ଟି ବଜାଜ ଅଟୋ ଗାଡି ଗ୍ରାହକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ୟୁନିୟନ ବ୍ୟାଙ୍କର ଡିଜିଏମ୍‌ ସତ୍ୟବାନ ବେହେରା, ଏଜିଏମ୍‌ ଅଶୋକ ମିଶ୍ର, ଜଗନ୍ନାଥ ଅଟୋର ମୁଖ୍ୟ ସୁଶୀଲ ସୁବୁଦ୍ଧି, ବଜାଜ ଅଟୋର ଆଞ୍ଚଳିକ ମୁଖ୍ୟ ଗିରୀଶ ସେନାନି, ଆଞ୍ଚଳିକ ଫାଇନାନ୍ସ ମୁଖ୍ୟ ଋତୁରାଜ ବରୋବରା ଏବଂ ଏରିଆ ସର୍ଭିସ ଅଫିସର ଚନ୍ଦନ ମହାପାତ୍ରଙ୍କ ବ୍ୟତୀତ ଜଗନ୍ନାଥ ଅଟୋର ସାଧାରଣ ପ୍ରବନ୍ଧକ ଧର୍ମାଶିଷ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ବିଶେଷକରି ବଜାଜ ଅଟୋର ୩ଚକିିଆ ବ୍ୟବସାୟିକ ଯାନ ଗ୍ରାହକମାନଙ୍କୁ ୟୁନିୟନ ବ୍ୟାଙ୍କ ପକ୍ଷରୁ ସର୍ବନିମ୍ନ ହାରରେ ଋଣପ୍ରଦାନ କରାଯାଇ ସମଗ୍ର ଖୋର୍ଦ୍ଧା ଏବଂ ପୁରୀ ଜିଲା ପାଇଁ ଏକମାତ୍ର ସ୍ବୀକ୍‌ୃତିପ୍ରାପ୍ତ ବିକ୍ରୟ ପ୍ରତିଷ୍ଠାନ ଜଗନ୍ନାଥ ଅଟୋ ପକ୍ଷରୁ ୫୦ଟି ବଜାଜ ଗାଡ଼ି ହସ୍ତାନ୍ତର କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ବଜାଜ ଅଟୋର ଏରିଆ ସେଲ୍‌ସ ମୁଖ୍ୟ ଦେବାଶିଷ ପଣ୍ଡା ଏବଂ ଜଗନ୍ନାଥ ଅଟୋର ବିକ୍ରୟ ମୁଖ୍ୟ ମନୋଜ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏପରିକି ୟୁନିୟନ ବ୍ୟାଙ୍କର ବରିଷ୍ଠ ଅଧିକାରୀଙ୍କ ସମେତ ଉଭୟ ବଜାଜ ଓ ଜଗନ୍ନାଥ ଅଟୋର ଅଧିକାରୀ ଓ ନିମନ୍ତ୍ରିତ ପ୍ରାୟ ୫୦ଜଣ ଗ୍ରାହକ ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ। ସୂଚନାଯୋଗ୍ୟ, ଜଗନ୍ନାଥ ଅଟୋ ବିଗତ ୭ବର୍ଷ ଧରି ବ୍ୟବସାୟିକ ଯାନର ଅଧିକୃତ ବିକ୍ରେତା ଭାବେ ଉତ୍କୃଷ୍ଟ ଗ୍ରାହକ ସେବା ଓ ବଳିଷ୍ଠ ଭିତ୍ତିଭୂମି ବଳରେ ଓଡ଼ିଶା ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri