ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି

ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା ପଦଯାତ୍ରା କରିଛନ୍ତି। ପୁରୀ ଜିଲାରେ ପର୍ଯ୍ୟଟନର ବିକାଶ ଓ ସଚେତନତା ପାଇଁ ବିଶ୍ୱ ଐତିହ୍ୟ ଦିବସ ଅବ୍ୟବହିତ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପରିଡ଼ା ଏହି ପଦଯାତ୍ରା କରିବା ସହ ନିମାପଡ଼ା-କୋଣାର୍କ- ଅସ୍ତରଙ୍ଗକୁ ନେଇ ତ୍ରିକୋଣୀୟ ପର୍ଯ୍ୟଟନ ଭୂମି ହେବ ବୋଲି କହିଛନ୍ତି। କୁଶଭଦ୍ରା ଓ ପ୍ରାଚୀ ନଦୀ ତଟରେ ଥିବା ମଠ, ମନ୍ଦିର, ପୀରଜାହାନିଆ ପୀଠ ଓ ବେଳାଭୂମି, ଭାଗବତ ଟୁଙ୍ଗି ସମେତ ଗ୍ରାମାଞ୍ଚଳରେ ଥିବା ପୁରୁଣା କୀର୍ତ୍ତିରାଜିକୁ ଅନୁଧ୍ୟାନ କରାଯାଇ ଐତିହ୍ୟରେ ସାମିଲ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ପରିଡ଼ା ଅପରାହ୍ନରେ କାକଟପୁରରେ ପହଞ୍ଚତ୍ ମା’ ମଙ୍ଗଳାଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ ପର୍ଯ୍ୟଟନ ବିଭାଗ ତରଫରୁ ମନ୍ଦିର ଉନ୍ନତୀକରଣ ପାଇଁ ୫୦ କୋଟି ଟଙ୍କା ଅନୁଦାନ ଘୋଷଣା କରିଛନ୍ତି। ପରେ ମନ୍ଦିର ଟ୍ରଷ୍ଟ କାର୍ଯ୍ୟାଳୟ ପରିସରରେ ମନ୍ଦିର ଉନ୍ନତୀକରଣ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ଯାଦବ, ଓଟିଡିସି ଇଞ୍ଜିନିୟର ଅକ୍ଷୟ କୁମାର ସାହୁ, ମଙ୍ଗଳା ମନ୍ଦିର ଟ୍ରଷ୍ଟି ତଥା ସ୍ଥାନୀୟ ତହସିଲଦାର ଅଙ୍କିତା ଅନିନ୍ଦିତା, ମନ୍ଦିର ଟ୍ରଷ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ଦାଶ, ସେବାୟତ ନିଯୋଗ ସଭାପତି ମନୋରଞ୍ଜନ ପଣ୍ଡା, ଉପସଭାପତି କମଳ ଲୋଚନ ଦୀକ୍ଷିତ, ଉପଦେଷ୍ଟା କମିଟି ସଦସ୍ୟ ତୁଷାର ରଞ୍ଜନ ଦୀକ୍ଷିତ, ତାପସ ଦୀକ୍ଷିତ, ମାନସ ଦୀକ୍ଷିତ, ବିଡିଓ ବିଷ୍ଣୁ ଗୋବିନ୍ଦ, ଏସ୍‌ଡିପିଓ ପ୍ରଭାତ ମଲ୍ଲିକ, କାକଟପୁର ଥାନା ଅଧିକାରୀ ବିଜୟ କେତନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ତୁରନ୍ତ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ କଲେ ମନ୍ଦିର ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହେବ ବୋଲି ସେବାୟତମାନଙ୍କୁ ଉପମୁଖ୍ୟମନ୍ତ୍ରୀ କହିଥିଲେ। ଶନିବାର ସକାଳ ୭ଟା ୧୫ରେ ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିରରୁ ପଦଯାତ୍ରାରେ ପରିଡ଼ା ବାହାରି ମଙ୍ଗଳା ମନ୍ଦିର ନିକଟରେ ଅପରାହ୍ନ ୫ଟା ୩୦ରେ ପହଞ୍ଚତ୍ଥିଲେ। ବିଭିନ୍ନ ସ୍ଥାନରେ ପରିଡ଼ାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ସେ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଭେଟି ସ୍ଥାନୀୟ ଅଞ୍ଚଳର କୀର୍ତ୍ତିରାଜି ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ପରିଡ଼ା ନିଜେ ପଢିଥିବା ବିଦ୍ୟାଳୟ ନୂଆହାଟ ହାଇସ୍କୁଲ ପରିଦର୍ଶନ କରିଥିଲେ। ପଦଯାତ୍ରାରେ ସଂକୀର୍ତ୍ତନ ମଣ୍ଡଳୀ ଓ ଜନସାଧାରଣଙ୍କ ସମେତ ନିମାପଡ଼ାର ପୂବର୍ତନ ବିଧାୟକ ବାଇଧର ମଲ୍ଲିକ, କାକଟପୁରର ପୂବର୍ତନ ବିଧାୟକ ସୁରେନ୍ଦ୍ର ସେଠୀ, ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷା ଆରତି ନାୟକ, କାକଟପୁର ବ୍ଲକ ଅଧ୍ୟକ୍ଷ ଶ୍ରୀଧର ନାୟକ, ଅସ୍ତରଙ୍ଗ ପୂର୍ବତନ ସମିତି ସଭ୍ୟ ଦିବାକର ଛାଟୋଇ, ନିମାପଡ଼ା ବ୍ଲକ ଅଧ୍ୟକ୍ଷ ଶଙ୍କର ଭୋଇ, ଏନ୍‌ଏସି ଉପନଗରପାଳ ସନ୍ତୋଷ ଦାଶ, ସାଇଁସ ସରପଞ୍ଚ ଦେବାଶିଷ ଆଚାର୍ଯ୍ୟ, କାଉନସିଲର ନିରଞ୍ଜନ ନାୟକ, ଅନସୂୟା ପାଣି, ଭାଜପା ପୁରୀ ଜିଲା ଉପସଭାପତି ରତିକାନ୍ତ ବେହେରା, ଜିଲା ଯୁବମୋର୍ଚ୍ଚା ସମ୍ପାଦକ ରାକେଶ ବିଶ୍ୱାଳ, କାର୍ଯ୍ୟକାରିଣୀ ସଦସ୍ୟ ମଙ୍ଗଳା ପ୍ରସାଦ ସାମନ୍ତରାୟ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?