Posted inଜାତୀୟ

୩ ଦିନରେ ୫୦ ମୃତ

ନୂଆଦିଲ୍ଲୀ,୨୨ା୮ : ବାଦଲ ଫଟା ଓ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଦେଶର ବିଭିନ୍ନ ଭାଗରେ ବନ୍ୟା ବିତ୍ପାତ ଲାଗିରହିଛି। ନଦୀଗୁଡ଼ିକ ଫୁଲିଉଠିଥିବାରୁ ବହୁ ଅଞ୍ଚଳ ଜଳମଗ୍ନ ହୋଇଛି। ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ଓ ଓଡ଼ିଶାରେ ଭୂସ୍ଖଳନ ସହ ବ୍ରିଜ୍‌ ଭାଙ୍ଗିବା ଭଳି ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଏହିସବୁ କାରଣରୁ ଦେଶରେ ୩ ଦିନ ମଧ୍ୟରେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ଆସନ୍ତା ୨ ଦିନ ଧରି ବିଭିନ୍ନ ଭାଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ କରାଯାଇଛି।

ହିମାଚଳ ପ୍ରଦେଶରେ ରବିବାର ବର୍ଷା ଯୋଗୁ ବନ୍ୟା ସହ ଭୂସ୍ଖଳନ ଘଟିଛି। ଏଥିରେ ୫ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଶନିବାର ସୁଦ୍ଧା ରାଜ୍ୟରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଆହତ ହୋଇଥିଲେ। ସର୍ବାଧିକ କ୍ଷତି ମଣ୍ଡି, କଙ୍ଗରା ଓ ଚମ୍ପା ଜିଲାରେ ଘଟିଛି। ହିମାଚଳରେ ୩ ଦିନରେ ୩୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ହଜାର ଲୋକ ବିଭିନ୍ନ ରିଲିଫ୍‌ କ୍ୟାମ୍ପରେ ଆଶ୍ରୟ ନେଇଛନ୍ତି। ସେହିପରି ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ଯୋଗୁ ୪ ଜଣଙ୍କ ଜୀବନ ଯାଇଥିବାବେଳେ ଅନ୍ୟ ୧୩ ଜଣ ନିଖୋଜ ହୋଇଯାଇଛନ୍ତି।

ଓଡ଼ିଶାରେ କାନ୍ଥ ଭୁଶୁଡ଼ି ଓ ବନ୍ୟାଜଳରେ ଭାସିଯାଇ ଅନୂ୍ୟନ ୬ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟର ପ୍ରାୟ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସରକାର ୧୨୦,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି। ସେହିପରି ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ନଲକାରି ନଦୀର ଉଛୁଳା ପାଣିରେ ୫ ଜଣ ଭାସିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?