Posted inଖେଳ

୫୦ ବାଳିକାଙ୍କୁ କିକ୍‌ ଅଫ୍‌ ସଲ୍ୟୁଶନର କ୍ରୀଡ଼ାବୃତ୍ତି

ଭୁବନେଶ୍ୱର୧୧ା୧୦(ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ ଭାରତ ଏବଂ ଆଫ୍ରିକାର ୫୦ ଜଣ ବାଳିକାଙ୍କୁ କ୍ରୀଡ଼ାବୃତ୍ତି ମାଧ୍ୟମରେ ଫିଫା ବିଶ୍ୱକପ୍‌ ଦେଖିବାର ସୁଯୋଗ ଦେଉଛି ସ୍ବେଚ୍ଛାସେବୀ ସଙ୍ଗଠନ କିକ୍‌ଅଫ ସଲ୍ୟୁଶନ। କ୍ରୀଡ଼ା ଦ୍ୱାରା ବିକାଶ ଏହି ସଙ୍ଗଠନର ମୁଖ୍ୟ ଲକ୍ଷ୍ୟ ହୋଇଥିବା ବେଳେ ପଛୁଆ ବର୍ଗର ବାଳିକାମାନଙ୍କୁ କ୍ରୀଡ଼ାବୃତ୍ତି ଜରିଆରେ ମୁଖ୍ୟସ୍ରୋତରେ ସାମିଲ କରୁଛି। ୟୁନିଫାଏ-୨୦୨୨ କାର୍ଯ୍ୟକ୍ରମ ମାଧ୍ୟମରେ ସୋମବାର ୫୦ ଜଣ ବାଳିକା ଗୋଟିଏ ପ୍ଲାଟ୍‌ଫର୍ମରେ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ର ଖେଳାଳି ମାନଙ୍କୁ ଭେଟିବାର ସୁଯୋଗ ମଧ୍ୟ ପାଇଥିଲେ। ଅନୁସୂଚିତ ଜନଜାତି ସମ୍ପ୍ରଦାୟ ତଥା ଅନ୍ୟ ପଛୁଆ ବର୍ଗରେ ରହିଥିବା ଲିଙ୍ଗଗତ ପ୍ରଭେଦକୁ ଦୂର କରିବା ପାଇଁ ଆମର ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ବୋଲି ମତ ଦେଇଛନ୍ତି ପ୍ରତିଷ୍ଠାତା ତଥା ସିଇଓ ସୁବ୍ରତ ବିଶ୍ୱାସ। ଏହି ବାଳିକାମାନେ ନିଜ ପାଇଁ ଆଦର୍ଶ। ନିଜର ଆତ୍ମବିଶ୍ବାସ ଓ ଦୃଢ଼ ସଂକଳ୍ପ କାରଣରୁ ଏମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିପାରିଛନ୍ତି ବୋଲି କହିଛନ୍ତି କିକ୍‌ ଅଫ୍‌ ସଲ୍ୟୁଶନର ଗ୍ଲୋବାଲ ପ୍ରୋଗ୍ରାମ ନିର୍ଦ୍ଦେଶକ ଆନନ୍ଦ ଦେବଶର୍ମା। କାର୍ଯ୍ୟକ୍ରମର ଅନ୍ତିମ ଦିବସରେ ଏହି ୫୦ ବାଳିକାଙ୍କୁ ଭାରତ ଏବଂ ଆମେରିକା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଦେଖିବାର ସୁଯୋଗ ମଧ୍ୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri