କାର ସହ ୫୦ କେଜି ଗଞ୍ଜେଇ ଜବତବ: ଚାଲାଣକାରୀ ଗିରଫ

ବ୍ରହ୍ମପୁର ଅଫିସ,୨୯।୫: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ଡେପୁଟିକମିଶନର ଡ଼ମ୍ବୁରଧର ଖଣ୍ଡାଙ୍କ ନିର୍ଦ୍ଦେଶରେ ଏକ ଟିମ୍‌ ଫାଷ୍ଟଗେଟ୍‌ ଛକରେ ଗାଡ଼ି ଚେକିଂ କରିଥିଲା। ଏକ ଗଞ୍ଜେଇ ଭର୍ତ୍ତି କାର ଜବତ ସହ ଚାଲାଣକାରୀଙ୍କୁ କାବୁ କରାଯାଇଛି। ଅଭିଯୁକ୍ତ ଜଣଙ୍କ ପୁରୀ ଅମଲା କ୍ଲବ ନିକଟ କଲେଜ ରୋଡର ସିରିଷ ଚନ୍ଦ୍ର ବେହେରାଙ୍କ ପୁଅ ହିମାଂଶୁ ବେହେରା(୨୮)। ଟିମ ଉକ୍ତ କାର ଭିତରୁ ୫୦ କେଜି ଗଞ୍ଜେଇ ଜବତ କରିଥିଲା। ହିମାଂଶୁ କନ୍ଧମାଳ ଜିଲାରୁ ଗଞ୍ଜେଇ ବେଆଇନ ଭାବେ ଆଣି ବ୍ରହ୍ମପୁର ୃ ପୁରୀ ଚାଲାଣ କରୁଥିଲେ ବୋଲି ଅବକାରୀ  ଡେପୁଟି ସୁପେରଟେଣ୍ଡେଣ୍ଟ କୁବେର ସେଠୀ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇ ଓ କାରର ମୂଲ୍ୟ ଆନୁମାନିକ ୧୫ଲକ୍ଷ ଟଙ୍କା ହେବ ବୋଲି ସେ କହିଛନ୍ତି। ଗିରଫ  ଅଭିଯୁକ୍ତଙ୍କୁ ମାମଲା ନମ୍ବର ୯୬/୨୩-୨୪ ରେ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭଗକୁ ଖବର ମିଳିଥିଲା। ସୋମବାର ବଢି ଭୋର ଡେପୁଟି ସୁପେରଟେଣ୍ଡେଣ୍ଟ ସେଠୀଙ୍କ ନେତୃତ୍ୱରେ ଏକ ଟିମ ଫାଷ୍ଟଗେଟ ଛକରେ ଯାନବାହନ ଯାଞ୍ଚ କରୁଥିଲା। ସେହି ସମୟରେ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ହୋଣ୍ଡା କାର ନମ୍ବର (ଓ -୦୨ଏଜାଡ଼ – ୮୨୦୧ )କୁ ଅଟକାଇ ଯାଞ୍ଚ କରାଯାଇଥିଲା। କାର ଭିତରେ ୫୦ କେଜି ଗଞ୍ଜେଇ ରହିଥିବା ଦେଖିବାକୁ ମିଳିଥିଲା। ବେଆଇନ ଭାବେ ଗଞ୍ଜେଇ ଚାଲାଣ ଅଭିଯୋଗରେ ଅବକାରୀ ଟିମ ଚାଲାଣକାରୀ ହିମାଂଶୁଙ୍କୁ ଗିରଫ କରିଥିଲା।  ଡେପୁଟି ସୁପେରଟେଣ୍ଡେଣ୍ଟ ସେଠୀଙ୍କ  ନେତୃତ୍ୱରେ ଏକ ଟିମ ଏହି ଚଢ଼ାଉ କରାଯାଇଥିଲା। ଏଥିରେ ଏସଆଇ ଆଜିତ କୁମାର ନାୟକ, କନେଷ୍ଟେବଳ କପିଳାଶ ଭତ୍ରା, କୁମୁଦ ପ୍ରଧାନ, ବଳରାମ ଜେନା, ସୁବ୍ରତ ବେହେରା, ସନ୍ତୋଷ ନାୟକ ଭଗବାନ ହେମ୍ରମ ପ୍ରମୁଖ ସାମିଲ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri