୫-ଟି ଅଧୀନ ବିଦ୍ୟାଳୟରେ ୫୦ ଲକ୍ଷ ଦୁର୍ନୀତି

ବାଲିକୁଦା, ୮ା୯(ସ୍ବ.ପ୍ର.): ରାଜ୍ୟ ସରକାର ଦୁର୍ନୀତି ରୋକିବାକୁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏ ସବୁକୁ ପାଦରେ ଦଳିମକଚି ଦେଉଛନ୍ତି କିଛି ସରକାରୀ କମର୍ଚାରୀ। ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଲେ ମିଳୁନାହିଁ। ଏଭଳି ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ମାଛଗଁା ପଞ୍ଚାୟତର ଓଚିନ୍ଦା ସରକାରୀ ଉଚ୍ଚ ବିଦ୍ୟାଳୟରେ। ଏହି ବିଦ୍ୟାଳୟ ୫-ଟିର ଅନ୍ତର୍ଭୁକ୍ତ। ତେଣୁ ସରକାର ଏହି ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ପାଇଁ ଯେଉଁ ଅର୍ଥ ପ୍ରଦାନ କରିଛନ୍ତି ସେଥିରୁ ୫୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ମାଛଗଁା ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ସଞ୍ଜୟ ପାଳ। ବିଦ୍ୟାଳୟ ନିର୍ମାଣ କାମରେ ଦୁର୍ନୀତି ହେଉଥିବା ନେଇ ପାଳ ଗତ ଜାନୁୟାରୀରୁ ଲଗାତର ଅଭିଯୋଗ କରିଆସୁଛନ୍ତି। ବିଭିନ୍ନ ଦଫାରେ ଉକ୍ତ ବିଦ୍ୟାଳୟ ଶ୍ରେଣୀଗୃହର ଉନ୍ନତୀକରଣ, ବାଉଣ୍ଡାରି, ଖେଳପଡ଼ିଆ ଆଦି କାର୍ଯ୍ୟକୁ ବ୍ଲକର ବିଭାଗୀୟ ଅଧିକାରୀ ଚଞ୍ଚକତା କରି କରୁଛନ୍ତି। ଏମିତି କି କାମର କୌଣସି ସୂଚନାଫଳକ ଲଗାଯାଉନାହିଁ। ସୂଚନା ଅଧିକାର ଆଇନ ବଳରେ ପାଳ ତଥ୍ୟ ମାଗିଥିଲେ ମଧ୍ୟ ତାଙ୍କୁ ବ୍ଲକ ପ୍ରଶାସନ ଦେଉନାହିଁ। ପ୍ରାଥମିକ ପର୍ଯ୍ୟାୟରେ ଶ୍ରେଣୀଗୃହ ଉନ୍ନତୀକରଣ ନାମରେ ପୁରୁଣା କାନ୍ଥରେ ରଙ୍ଗ ମାରି ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ ହୋଇଥିବା ପାଳ ଅଭିଯୋଗରେ ଦର୍ଶାଇଛନ୍ତି। ପରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ୧୫ ଏସ୍‌ଏଫ୍‌ସି ଓ ସିଏଫ୍‌ସି ଯୋଜନାରେ ଲକ୍ଷାଧିକ ଟଙ୍କାର ଦୁର୍ନୀତି ହୋଇଥିବା ସେ ମଙ୍ଗଳବାର ବାଲିକୁଦା ବିଡିଓଙ୍କୁ ଅଭିଯୋଗ କରିଛନ୍ତି। ତୁରନ୍ତ ଏହି ବିଦ୍ୟାଳୟକୁ ଆସୁଥିବା ଅନୁଦାନ ସମ୍ପର୍କରେ ମାଗିଥିବା ସବିଶେଷ ତଥ୍ୟ ପ୍ରଦାନ କରିବା ସହ ଦୁର୍ନୀତିକୁ ତୁରନ୍ତ ରୋକିବା ପାଇଁ ଦାବି କରିଛନ୍ତି। ୧୫ ଦିନ ଭିତରେ ବ୍ଲକ ପ୍ରଶାସନ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ବାଧ୍ୟହୋଇ ପଞ୍ଚାୟତ ସମିତି ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେବେ ବୋଲି ସେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଡିଓ ଜିତେନ୍ଦ୍ର ନାୟକଙ୍କୁ ପଚାରିବାରେ ଅଭିଯୋଗ ପାଇଛି। ୨୦ଦିନ ହେବ ଏଠାରେ ନିଯୁକ୍ତି ପାଇଛି। ଘଟଣାର ତଦନ୍ତ କରାଯିବ। ଯଦି ଦୁର୍ନୀତି ହୋଇଥିବାର ପ୍ରମାଣ ମିଳିବ ତାହା ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri