ଇଣ୍ଟେରିୟର ହୋମ୍‌ରେ ଲାଗିଛି ୫୦ ଲକ୍ଷ ଠକେଇ ଟଙ୍କା

ଭୁବନେଶ୍ୱର,୧୮।୧(ବ୍ୟୁରେ): କିଡ୍‌ନୀ ଦେବାକୁ କହି ଲୋକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ର଼୍ୟାକେଟ୍‌ର ମାଷ୍ଟରମାଇଣ୍ଡ୍‌ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦ ରିମାଣ୍ଡର ଦ୍ୱିତୀୟ ଦିନରେ ପୋଲିସକୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ହିମାଂଶୁ ଠକେଇ କରିଥିବା ଟଙ୍କାର ବଡ଼ଭାଗ ବିଭିନ୍ନ ବ୍ୟବସାୟରେ ଲଗାଇଛନ୍ତି। କେବଳ ସାଇ ଇଣ୍ଟେରିଅର ହୋମ୍‌ରେ ୫୦ଲକ୍ଷ ଟଙ୍କା ବିନିଯୋଗ କରିଥିବା କଥା ସେ ପୋଲିସ ନିକଟରେ କହିଛନ୍ତି। ଏଥିସହ ହିମାଂଶୁଙ୍କ ବୟାନ ଆଧାରରେ ଅଧିକ କିଛି ତଥ୍ୟ ପାଇବା ପାଇଁ ପୋଲିସ ତାଙ୍କ କମ୍ପ୍ୟୁଟରର ହାର୍ଡଡିସ୍କ ଓ ୩ଟି ଏଟିଏମ୍‌ କାର୍ଡ ଜବତ କରିଛି। ସେହିଭଳି ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ହୋଇଥିବା କାରବାରର ତଥ୍ୟ ହାସଲ କରିଛି ପୋଲିସ। ଅଭିଯୁକ୍ତ କାହାକୁ କେତେ ଟଙ୍କା ଦେଇଛନ୍ତି, କେଉଁଠୁ ତାଙ୍କ ନିକଟକୁ ଟଙ୍କା ଆସିଛି ଆଦି ଅନେକ ଦିଗକୁ ପୋଲିସ ଯାଞ୍ଚ କରୁଥିବା ଥାନା ଅଧିକାରୀ ଶରତ କୁମାର ସାହୁ କହିଛନ୍ତି। ହିମାଂଶୁଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ ତଥ୍ୟରୁ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଆରମ୍ଭ ହୋଇଛି। ସୋମବାର ୩ ଦିନିଆ ରିମାଣ୍ଡ ଅବଧି ସରୁଥିବାରୁ ପୋଲିସ ର଼୍ୟାକେଟ୍‌ ଉପରୁ ସମ୍ପୂର୍ଣ୍ଣ ପର୍ଦ୍ଦା ହଟାଇବାକୁ ମାରାଥନ ଜେରା କରୁଛି। ତେବେ ଡାକ୍ତର ଓ ଘରୋଇ ହସ୍ପିଟାଲର ଲିଙ୍କ୍‌ ଥିବାନେଇ ହିମାଂଶୁ ପୋଲିସ ଆଗରେ ମୁହଁ ଖୋଲି ନ ଥିବା ସୂଚନା ମିଳିଛି।
ସୂଚନା ଯୋଗ୍ୟ, ହିମାଂଶୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲର ମାର୍କେଟିଂ ବିଭାଗରେ ଚାକିରି କରୁଥିଲେ। ଏହି ସମୟରେ ସେ ହସ୍ପିଟାଲରେ କିଡ୍‌ନୀ ଆବଶ୍ୟକ ଥିବା ଲୋକଙ୍କ ସମ୍ପର୍କରେ ତଥ୍ୟ ହାସଲ କରିଥିଲେ। ସେମାନଙ୍କୁ ଯୋଗାଯୋଗ କରି କିଡ୍‌ନୀ ଦେବାକୁ ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ କରୁଥିଲେ। ଟଙ୍କା ନେବା ପରେ ଆଉ ଧରାଛୁଆଁ ଦେଉ ନ ଥିଲେ। ନୟାପଲ୍ଲୀ ପୋଲିସ ହାତରେ ଗିରଫ ହେବାପରେ ହିମାଂଶୁଙ୍କ କଳାକାରନାମା ସାମ୍ନାକୁ ଆସିଥିଲା। ଏହାପରେ ତାଙ୍କ ନାମରେ କମିଶନରେଟ୍‌ ପୋଲିସରେ ୪ଟି ଅଭିଯୋଗ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri