୫୦ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର

କଟକ ଅଫିସ,୨୪ା୨:ଜଗତସିଂହପୁର ଜିଲା ଚକ୍ରଧରପୁର ଫାଣ୍ଡିରେ ୨୦୦୫ରେ ଘଟିଥିବା ଗୁଳିକାଣ୍ଡରେ ମୃତ ଯୁବକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ଏହି ମାମଲାର ରାୟ ପ୍ରଦାନ କରି ୭ ଦିନ ମଧ୍ୟରେ ଉକ୍ତ ରାଶି ମୃତକ ସୟଦ ମମତାଜ ଅଲିଙ୍କ ମାଆଙ୍କୁ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ସରକାର ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦେଇଥିବାରୁ ଅବଶିଷ୍ଟ ୪୯ ଲକ୍ଷ ଟଙ୍କା ଡ୍ରାଫ୍ଟ ଆକାରରେ ମୃତକଙ୍କ ମାଆ ନିଗର ବେଗମଙ୍କୁ ପ୍ରଦାନ କରିବା ପାଇଁ ସ୍ପଷ୍ଟ କରିଛନ୍ତି।
ଆବେଦନକାରିଣୀ ନିଗର ବେଗମଙ୍କ ବଡ଼ପୁଅ ସୟଦ ମମତାଜ ଅଲି ଜଣେ ସୁପରଭାଇଜର ଭାବେ ଚଣ୍ଡିଖୋଲ-ପାରାଦୀପ ପୋର୍ଟ ଟ୍ରଷ୍ଟ ରୋଡ୍‌ ପ୍ରୋଜେକ୍ଟରେ କାମ କରୁଥିଲେ। ସେ ଜଣେ ଡିପ୍ଲୋମା ମେକାନିକାଲ ଇଞ୍ଜିନିୟର ଡିଗ୍ରୀଧାରୀ ହୋଇଥିବାବେଳେ ମାତ୍ର ୫୦୯୫ ଟଙ୍କା ମାସିକ ଦରମାରେ ୨୦୦୪ରୁ କାମ କରିଆସୁଥିଲେ। ହିନ୍ଦୁସ୍ତାନ କନ୍‌ଷ୍ଟ୍ରକଶନ୍‌ କମ୍ପାନୀରେ କାମ କରୁଥିବା ଜୟନ୍ତ ଦାସଙ୍କୁ କୌଣସି କାରଣରୁ ୨୦୦୫ ନଭେମ୍ବର ୨୮ ତାରିଖ ରାତିରେ ତତ୍କାଳୀନ ପୋଲିସ ଏଏସ୍‌ଆଇ ମୁରଲୀଧର ସାହୁ ଉଠାଇ ଆଣିଥିଲେ। ସେ ଚକ୍ରଧରପୁର ଫାଣ୍ଡିର ଇନ୍‌ଚାର୍ଜ ଥିଲେ। ଏ ବାବଦରେ ଜାଣିବା ପରେ ମୃତକଙ୍କ ସମେତ ଅନ୍ୟମାନେ ଫାଣ୍ଡିରେ ପହଞ୍ଚି ଜୟନ୍ତଙ୍କୁ ଉଠାଇ ଆଣିବାର କାରଣ ଜାଣିବାକୁ ଚାହିଁଥିଲେ। ସାମାନ୍ୟ ବଚସାରୁ ଉତ୍ତ୍ୟକ୍ତ ହୋଇ ଏଏସ୍‌ଆଇ ମୁରଲୀଧର ନିଜ ରିଭଲଭର ଉଠାଇ ଗୁଳି କରିଥିଲେ। ସୟଦ ମମତାଜଙ୍କ ଛାତିରେ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଟଳିପଡ଼ିଥିଲେ। ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ପୋଲିସ ଏଏସ୍‌ଆଇଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାର ଆରଡିସି ସ୍ତରୀୟ ତଦନ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri