ବିମାନ ଚଳାଚଳ କ୍ଷେତ୍ରର ୫୦ ଲକ୍ଷ ନିଯୁକ୍ତି ବିପଦରେ

ମୁମ୍ବାଇ: କରୋନା ମହାମାରୀ ଲାଗି ସାରା ବିଶ୍ୱର ବିମାନ ଚଳାଚଳ କ୍ଷେତ୍ରରେ ପ୍ରାୟ ୫୦ ଲକ୍ଷ ନିଯୁକ୍ତି ବିପଦରେ ରହିଛି। ଏହି କ୍ଷେତ୍ରର ସମସ୍ୟାକୁ ସମାଧାନ କରିବା ଲାଗି ସରକାରୀ ସ୍ତରରେ ନୀତିଗତ ପଦକ୍ଷେପ ନେବାର ଆବଶ୍ୟକତା ରହିଥିବା ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ(ଆଇଏଟିଏ) ଏବଂ ଇଣ୍ଟରନ୍ୟାଶନାଲ ଟ୍ରାନ୍ସପୋର୍ଟ ଓ୍ବାର୍କର୍ସ ଫେଡେରେଶନ(ଆଇଟିଏଫ୍‌) ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ବିମାନ ଚଳାଚଳ ଚାହିଦା ଖସିଛି। ୨୦୧୯ ଅଗଷ୍ଟ ତୁଳନାରେ ଚଳିତ ବର୍ଷ ସମାନ ସମୟରେ ଏହା ପ୍ରାୟ ୭୫% ହ୍ରାସ ପାଇଛି। ବେସାମରିକ ବିମାନ ଚଳାଚଳ କ୍ଷେତ୍ରକୁ ଆର୍ଥତ୍କ ସହାୟତା, ବିଭିନ୍ନ ଦେଶର ସୀମାକୁ ସୁରକ୍ଷିତ ଭାବେ ବିମାନ ସେବା ଲାଗି ଖୋଲିବା ଏବଂ ସାରା ବିଶ୍ୱରେ ଏଥିଲାଗି ଏକ ଷ୍ଟାଣ୍ଡାର୍ଡ ପ୍ରାକ୍ଟିସ ଗ୍ରହଣ କରିବା ଉପରେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କମ୍ପାନୀଗୁଡିକରେ ନଗଦ ସମସ୍ୟା ଉପୁଜିଥିବାରୁ ଖର୍ଚ୍ଚ କମାଯାଇଛି। ଅପରପକ୍ଷରେ କିଛି କିଛି କମ୍ପାନୀ କର୍ମଚାରୀ ଛଟେଇ କରିଥିବା ଜଣାପଡ଼ିଛି। ଏହି କ୍ଷେତ୍ରର ସମସ୍ୟାକୁ ନଜରରେ ରଖି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସଂଘଗୁଡିକ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri