୫୦ ଲକ୍ଷ ଟଙ୍କାର ସୁନାଗହଣା ସହ ନଗଦ ୯ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ, ୧୯ା୧(ସ୍ବ.ପ୍ର.): ରାୟଗଡ଼ା ସହରସ୍ଥିତ ବ୍ୟାଙ୍କ କଲୋନୀର ଜଣେ ବ୍ୟବସାୟୀଙ୍କ ଘରୁ ସୁନା ଏବଂ ରୁପା ଅଳଙ୍କାର ସହିତ ୯ ଲକ୍ଷ ଟଙ୍କାର ନଗଦ ରାଶି ଚୋରି ହୋଇଛି। ପ୍ରାୟ ୪୦ ଲକ୍ଷ ଟଙ୍କାର ସୁନା ଓ ୫ ଲକ୍ଷ ଟଙ୍କାର ରୁପା ଅଳଙ୍କାର ସହିତ ୯ ଲକ୍ଷ ଟଙ୍କା ନଗଦ ଚୋରି ହୋଇଛି। ବ୍ୟବସାୟୀ କେ. ସାଇ ଶ୍ରୀନିବାସଙ୍କ ବ୍ୟାଙ୍କ କୋଲୋନୀ ପ୍ରଥମ ଲେନ୍‌ରେ ଥିବା ଘରୁ ଏହି ଚୋରି ହୋଇଛି। ପୋଙ୍ଗଲ ପାଇଁ ସପରିବାର ଗାଁକୁ ଯାଇଥିବା ସମୟରେ ଚୋରି ହୋଇଥିବା ଜଣାପଡ଼ିଛି। ଅଭିଯୋଗ ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ଘଟଣାରୁ ପ୍ରକାଶ, ବ୍ୟବସାୟୀ ଶ୍ରୀନିବାସ ପୋଙ୍ଗଲ ପାଳନ ପାଇଁ ନିଜ ପରିବାର ସହିତ ୧୫ ତାରିଖ ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶ ରାଜ୍ୟର ପାର୍ବତୀପୁରମ ସହରକୁ ଯାଇଥିଲେ। ବୁଧବାର ନିଜ ଘରକୁ ଫେରି କବାଟ ଖୋଲିବା ପାଇଁ ଯିବା ସମୟରେ ତାଙ୍କ ମୁଖ୍ୟ ଦ୍ବାର ସମେତ ଇଣ୍ଟରଲକ୍‌ ତାଲା କେହି ତାଡ଼ି ଭିତରେ ପଶି ଚୋରି କରିଥିବା ଜାଣିବାକୁ ପାଇଥିଲେ। ତାଲା ତାଡ଼ି ଦୁର୍ବୃତ୍ତମାନେ ଘରେ ପଶି ଏହି ଚୋରି କରି ନେଇଛନ୍ତି। ଘର ଭିତର ଦୁଇଟି ରୁମ୍‌ରେ ଥିବା ଗଡରେଜ୍‌ ଭାଙ୍ଗି ଭିତରେ ଥିବା ସମସ୍ତ ସୁନା ଓ ରୁପା ଅଳଙ୍କାର ସମେତ ନଗଦ ଟଙ୍କା ଚୋରି କରିନେଇଛନ୍ତି। ତେବେ ସେହି ଘରେ ସିସିଟିଭି କ୍ୟାମେରା ନ ଥିବାରୁ ବର୍ତ୍ତମାନ ସମସ୍ୟା ବଢ଼ିଯାଇଛି। ବ୍ୟବସାୟୀ ଶ୍ରୀନିବାସ ରାୟଗଡ଼ା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚି ତନାଘନା କରୁଛି। ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛି ପୋଲିସ। ହେଲେ ଏତେବଡ଼ ଚୋରି ଘଟଣା ଅନ୍ୟ ବ୍ୟବସାୟୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଲଗାତର ଭାବେ ସହର ଭିତରେ ଚୋରି ଓ ରାହାଜାନୀ ବଢୁଥିବା ବେଳେ ପୋଲିସ ନିଷ୍କ୍ରିୟ ଥିବା ଅଭିଯୋଗ ହୋଇଛି। ତେବେ ଏହି ଘଟଣା ସମ୍ପର୍କରେ ପୋଲିସର ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri