ଭୁବନେଶ୍ୱରରେ ଆଉ ୫୦ ମିନି ପାର୍କ

ଭୁବନେଶ୍ୱର, ୩।୮ (ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱରକୁ ସବୁଜସୁନ୍ଦର କରିବା ସହ ଲୋକଙ୍କ ଆମୋଦପ୍ରମୋଦ ଓ ସୁସ୍ଥ ଜୀବନଯାପନ ପାଇଁ ବିଏମ୍‌ସି ପକ୍ଷରୁ ଆଉ ୫୦ଟି ମିନି ପାର୍କ ନିର୍ମାଣ କରାଯିବ। ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅନ୍ତର୍ଗତ ଏହି ପାର୍କଗୁଡିକୁ ଲୋକଙ୍କ ପାଇଁ ଉତ୍ସର୍ଗ କରାଯିବ। ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ଗୋଷ୍ଠୀଗୁଡ଼ିକୁ ଅନ୍ତର୍ଭୁକ୍ତ କରାଯିବ। ଗୋଷ୍ଠୀଗୁଡିକର ସଦସ୍ୟାମାନେ ଯୋଜନା ଓ କାର୍ଯ୍ୟାନ୍ବୟନ କାର୍ଯ୍ୟରେ ସାମିଲ ହେବେ। ବ୍ୟବସ୍ଥା ଅନୁଯାୟୀ ସ୍ଥାନୀୟ ଇଞ୍ଜିନିୟରଙ୍କ ନାମରେ କାର୍ଯ୍ୟାଦେଶ ହୋଇଛି। ସମ୍ପୃକ୍ତ ଅଞ୍ଚଳର ମିଶନ ଶକ୍ତି ଗୋଷ୍ଠୀ ଏହାର ତଦାରଖ କରିବେ। ଏଥିପାଇଁ ସେମାନଙ୍କୁ ବଜେଟ୍‌ ମୂଲ୍ୟର ୭.୫ ପ୍ରତିଶତ ପ୍ରଦାନ କରାଯିବ। ପାର୍କଗୁଡିକର ପରିସୀମା ଅଧା ଏକର କିମ୍ବା ଏହାଠାରୁ କମ୍‌ ରହିବ। ପ୍ରତ୍ୟେକ ପାର୍କ ପାଇଁ ୩୫ ରୁ ୬୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ପାର୍କର ଆକାର ଅନୁଯାୟୀ ବଜେଟ ଓ ସୁବିଧା ଭିନ୍ନ ଭିନ୍ନ ରହିଛି। ପାର୍କରେ ସୀମା ପ୍ରାଚୀର, ଗାର୍ଡ ରୁମ, ଯୋଗ ପିଣ୍ଡି, ଆଇରନ ଗେଟ, ଜଗିଂ ଟ୍ରାକ (ମୁରୁମ ଟ୍ରାକ ୧୦୦ ମିଟର), ପାଭର୍‌ ବ୍ଲକ (୨୦୦ ମିଟର) ଆଦି ରହିବ। ଏଥିସହ ପରିସ୍ରାଗାର (ପୁରୁଷ ଓ ମହିଳା), ଆଲୋକୀକରଣ, ସିମେଣ୍ଟ ଏବଂ ଏଫ୍‌ଆର୍‌ପି ବେଞ୍ଚ, ଜଳସେଚନ ବ୍ୟବସ୍ଥା ଆଦି ସୁବିଧା ରହିବ। ଏହା ବ୍ୟତୀତ ପିଲାଙ୍କ ପାଇଁ ବିଭିନ୍ନ ଖେଳ ଉପକରଣ ରହିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri