କେନ୍ଦ୍ର ପଠାଉଥିବା ଅର୍ଥର ୫୦% ପିସିରେ ଯାଉଛି: ଧର୍ମେନ୍ଦ୍ର

ଛେଣ୍ଡିପଦା,୨୭ା୬(ଅଜିତ ଧଳ): ଓଡ଼ିଶାର ଗରିବ ଲୋକଙ୍କ କଲ୍ୟାଣ ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ ଅନେକ କୋଟି ଟଙ୍କା ପଠାଉଛନ୍ତି। ହେଲେ ରାଜ୍ୟରେ ଶାସନତନ୍ତ୍ର ଭୁଶୁଡି ପଡ଼ିଥିବା କାରଣରୁ ଉକ୍ତ କେନ୍ଦ୍ରୀୟ ଅର୍ଥର ୫୦ ଭାଗ ପିସିରେ ଯାଉଛି। ଅନୁଗୋଳ ଜିଲା ଛେଣ୍ଡିପଦାସ୍ଥିତ ଜଗନ୍ନାଥ ମନ୍ଦିର ସମ୍ମୁଖ ପଡ଼ିଆରେ ସୋମବାର ଭାଜପା ପକ୍ଷରୁ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ଏପରି ଟାର୍ଗେଟ୍‌ କରିଛନ୍ତି।
ଅନୁଗୋଳ ଜିଲା ଭାଜପା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ଧର୍ମେନ୍ଦ୍ର କହିଛନ୍ତି ଓଡ଼ିଶାରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଯେଉଁମାନେ ଲୋକମାନଙ୍କଠାରୁ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି, ସେମାନେ ଆଜି ବାବୁମାନଙ୍କ ଚେୟାର ଉଠାଉଛନ୍ତି। ତାଙ୍କ ପାଇଁ ସଭା ସମିତି ଆୟୋଜନ କରୁଛନ୍ତି। ଏ ପ୍ରକାର ଓଲଟା ଶାସନ ବ୍ୟବସ୍ଥା ପୃଥିବୀର କେଉଁ ଅଞ୍ଚଳରେ ହେଉନାହିଁ। ତେଣୁ ନୀଳବର୍ଣ୍ଣ ମଶୃଗାଳମାନଙ୍କ ମୁଖା ଖୋଲିବାକୁ ହେବ। ଓଡ଼ିଶାରେ ସରକାର ପରିବର୍ତ୍ତନର ଶୁଭ ସଙ୍କେତ ଆଉ ବେଶୀ ଦୂର ନୁହେଁ। ଦୀର୍ଘ ୨୩ ବର୍ଷର ଲମ୍ବା ଶାସନ ମଧ୍ୟରେ ଛେଣ୍ଡିପଦାରେ ପିଇବା ପାଣିର ସୁବିଧା ହୋଇନାହିଁ। ପିଏମ୍‌ ଆବାସରେ ଓଡ଼ିଶାକୁ ୨୭ ଲକ୍ଷ ଘର ଆସିଛି। କିନ୍ତୁ ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କୁ ଘର ଦେଉନାହାନ୍ତି। କେନ୍ଦ୍ର ସରକାର ଖଣି ରାଜସ୍ବ ୫ ହଜାର କୋଟିରୁ ୫୦ ହଜାର କୋଟି ଟଙ୍କା ପର୍ଯ୍ୟନ୍ତ ବଢାଇଛନ୍ତି। ଅନୁଗୋଳ ଜିଲା ମଧ୍ୟ ଗତ ୯ ବର୍ଷରେ ଓଡ଼ିଶା ରାଜକୋଷକୁ ପ୍ରାୟ ୬୦ ହଜାର କୋଟି ଟଙ୍କା ଦେଇଛି। ଓଡ଼ିଶାର ୩.୨୫ କୋଟି ଲୋକଙ୍କୁ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଚାଉଳ ପ୍ରଦାନ କରାଯାଉଛି। ମାତ୍ର ଦୀପ ତଳ ଅନ୍ଧାର ଭଳି ଛେଣ୍ଡିପଦାକୁ ଅଣଦେଖା କରାଯାଇଛି। ପାନୀୟ ଜଳ, ଜଳସେଚନ ସମସ୍ୟା ସହିତ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ଛେଣ୍ଡିପଦାକୁ ଆସୁଥିବା କମ୍ପାନୀମାନେ ଜମି ଅଧିଗ୍ରହଣରେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଜାଣିଶୁଣି ତାଳଚେର ମେଡିକାଲର ପରିଚାଳନା ଦାୟିତ୍ୱ ନିଆଯାଉନାହିଁ। କେନ୍ଦ୍ରୀୟ ଅର୍ଥକୁ ବିକାଶ କାମରେ ନ ଲଗାଇ ଶାସକ ଦଳର କର୍ମୀଙ୍କ ପକେଟ ଗରମ କରାଯାଉଛିି। ତୃତୀୟ ମହଲା ପର୍ଯ୍ୟନ୍ତ ଦୁର୍ନୀତି ପହଞ୍ଚିଛି। ଏହାକୁ ବଦଳାଇବା ପାଇଁ ଭାଜପା ବଡ଼ ଜନଆନ୍ଦୋଳନର ପ୍ରସ୍ତୁତି କରୁଛି। ସେହିପରି ଛେଣ୍ଡିପଦାରେ ଖୁବ୍‌ଶୀଘ୍ର ଏକ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରକାଶ କରିଛନ୍ତି। ଏହି ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ରୁଦ୍ର ନାରାୟଣ ପାଣି, ସଞ୍ଜୀବ ସାହୁ, ଭାଜପା ରାଜ୍ୟ ସମ୍ପାଦକ ସୀମାଞ୍ଚଳ ଖଟେଇ, ପୂର୍ବତନ ଜିଲା ସଭାପତି ଅଶୋକ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାଗୀରଥି ପ୍ରଧାନ, ପ୍ରତାପ ପ୍ରଧାନ, ଅଗସ୍ତି ବେହେରା, ଜିଲା ଉପସଭାପତି ନୃସିଂହ ବରାଳ, ଚୌଧୁରୀ ପ୍ରଧାନ, ଅମୀୟ ତ୍ରିପାଠୀ, କୃଷକ ମୋର୍ଚ୍ଚା ସଭାପତି ବିଜୟ ମାଝି, କରୁଣାକର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। ନିର୍ବାଚନ ମଣ୍ଡଳୀ ସଂଯୋଜକ ଯଶୋବନ୍ତ ପ୍ରସାଦ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri