Categories: ରାଜ୍ୟ

୫୦ ଜଣ ଅଧିକାରୀଙ୍କୁ ସାହାସିକତା ପଦକ ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ରାଜ୍ୟପାଳ ରଘୁବର ଦାସ ୨୦୨୩ ମସିହା ସ୍ୱଧୀନତା ଦିବସ ପାଇଁ ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ ପ୍ରଦାନ କରିଛନ୍ତି ।

ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ରାଜ୍ୟ ଆରକ୍ଷୀ ବାହିନୀର ୪ ଜଣଙ୍କୁ ମାଓ ବିରୋଧି ଅଭିଯାନ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ସାହସିକତା ପଦକ ଓ ମାନପତ୍ର ପ୍ରଦାନ କରିଥିଲେ । ସେହିପରି ଦୁଇଜଣ ଆରକ୍ଷୀ ଅଧିକାରୀଙ୍କୁ ତାଙ୍କର ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ସହ ୧୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା ।