Posted inଜାତୀୟ

‘ ଏବେ ବି ୫୦ ପ୍ରତିଶତ ଲୋକ ପିନ୍ଧୁ ନାହାନ୍ତି ମାସ୍କ ’

ନୂଆଦିଲ୍ଲୀ, ୨୦।୫ : ଏବେ ମଧ୍ୟ ୫୦ ପ୍ରତିଶତ ଲୋକେ ପିନ୍ଧୁ ନାହାନ୍ତି ମାସ୍କ। ଆଉ ବାକି ୫୦ ପ୍ରତିଶତରୁ ୬୪ ପ୍ରତିଶତ ଲୋକେ କେବଳ ନା’କୁ ମାତ୍ର ମାସ୍କ ପିନ୍ଧୁଛନ୍ତି ଅର୍ଥାତ ନାକକୁ ଘୋଡ଼ାଉ ନାହାନ୍ତି। ଏକ ଅନୁଧ୍ୟାନରୁ ଏହା ଜଣାପଡ଼ିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି, ୮ଟି ରାଜ୍ୟରେ ସକ୍ରିୟ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ସେପଟେ ରହିଛି। ୯ଟି ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ୧ ଲକ୍ଷ ମଧ୍ୟରେ ରହିଥିବାବେଳେ ବାକି ରାଜ୍ୟରେ ଏହା ୫୦ ହଜାରରୁ କମ୍‌। ତେବେ ଚିନ୍ତାର କାରଣ ପାଲଟିଛି ପଶ୍ଚିମବଙ୍ଗ ଓ କର୍ନାଟକ। ଦୁଇ ରାଜ୍ୟରେ ସକ୍ରିୟ ହାର ୨୫ ପ୍ରତିଶତରୁ ଅଧିକ ରହିଛି।
କ୍ରମାଗତ ୧୦ ସପ୍ତାହ ଧରି ଉପର ମୁହଁାଥିବା ସଂକ୍ରମଣ ହାର ଦୁଇ ସପ୍ତାହ ହେଲା ତଳକୁ ଖସିଛି। ୭ ରାଜ୍ୟରେ ସଂକ୍ରମଣ ହାର ୨୫%ରୁ ଅଧିକ ଥିବାବେଳେ ୨୨ ରାଜ୍ୟରେ ଏହା ୧୫ ପ୍ରତିଶତରୁ ଅଧିକ ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?