ଫିଲ୍ମ ହଲ୍‌ରେ ୫୦ ପ୍ରତିଶତ କ୍ଷମତା, ମାତ୍ର ବିବାହରେ କେବଳ ୫୦ ଅତିଥି କାହିଁକି ? ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିବାହମଣ୍ଡପ ମାଲିକ ସଂଘ…

ମୁମ୍ବାଇ, ୧୨।୨ : ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସୁଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ କଟକଣାକୁ କୋହଳ କରାଯାଉଛି। ସରକାରଙ୍କ ନୂଆ କଟକଣା ଅନୁସାରେ ରାଜ୍ୟର ସମସ୍ତ ଫିଲ୍ମ ହଲ୍‌ ୫୦ ପ୍ରତିଶତ କ୍ଷମତାରେ ଚାଲିପାରିବ। ସେହିପରି ଭିଡ଼ରୁ ସୁରକ୍ଷା ପାଇଁ ବିବାହ ଉତ୍ସବରେ ୫୦ ଜଣ ଅତିଥିଙ୍କୁ ନିମନ୍ତ୍ରଣ କରିବା ଲାଗି ନିର୍ଦ୍ଦେଶ ଜାରି ହୋଇଛି। ଏହାକୁ ନେଇ ନାଗପୁରର ବିବାହମଣ୍ଡପ ମାଲିକ ସଂଘ ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ବିବାହରେ ଅତିଥିଙ୍କ ସଂଖ୍ୟା କମ୍‌ କରାଯାଇଥିବା ନେଇ ସଂଘ ପ୍ରଶ୍ନ ଉଠାଇଛନ୍ତି। ଏଭଳି ହେବା ଅନୁଚିତ ବୋଲି ଦାଖଲ କରାଯାଇଥିବା ପିଟିଶନ୍‌ରେ ଉଲ୍ଲେଖ ହୋଇଛିି। ଏଭଳି ହେବା ଦ୍ୱାରା ତାଙ୍କର ଆର୍ଥିକ କ୍ଷତି ହେଉଛି। କଟକଣାରେ ଏଭଳି ପକ୍ଷପାତିତା ହେବା ଠିକ୍‌ ନୁହେଁ ବୋଲି ସଂଘ ଅଭିଯୋଗ କରିଛି। ଏହାଦ୍ୱାରା ସାମ୍ବିଧାନିକ ଧାରା ୧୪, ୧୯(୧)(ଜି) ଏବଂ ୨୧ର ଉଲ୍ଲଂଘନ ହେଉଥିବା ଆବେଦନରେ ଦର୍ଶାଯାଇଛି।

ଆବେଦନକାରୀଙ୍କ ପିଟିଶନ ଅନୁସାରେ ବମ୍ବେ ହାଇକୋର୍ଟ ରାଜ୍ୟ ସରକାର, ନାଗପୁର ଜିଲାପାଳ ଏବଂ ମ୍ୟୁନିସପାଲ କମିଶନରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହି ମାମଲାର ବିଚାର କରି ବିଚାରପତି ସୁନୀଲ ଶିକ୍ରେ ଏବଂ ଅନୀଲ ପାନସାରେଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କାରଣ ଦର୍ଶାୟ ନୋଟିସ୍‌ ଜାରି କରିବା ସହିତ ସମ୍ପୃକ୍ତ ପକ୍ଷକାରଙ୍କଠାରୁ ଉତ୍ତର ଲୋଡ଼ିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୧୬ରେ ହେବ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ୩୩ତମ ସର୍ବୋଚ୍ଚ ବିଦେଶୀ ସମ୍ମାନ; ସ୍ଲୋଭାକିଆ ରାଷ୍ଟ୍ରପତି ଦେଲେ ‘ଦି ଅର୍ଡର ଅଫ ଦି ହ୍ବାଇଟ ଡବଲ କ୍ରସ’

ବ୍ରାଟିସଲାଭା,୧୬।୬: ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି। ପୁଣିଥରେ ତାଙ୍କୁ ଏକ ମର୍ଯ୍ୟାଦାଜନକ ବିଦେଶୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ଲୋଭାକିଆ ରାଷ୍ଟ୍ରପତି ପିଟର ପେଲେଗ୍ରୀନି ପ୍ରଧାନମନ୍ତ୍ରୀ…

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri