୫ ବର୍ଷରେ ୫୦ ପ୍ରତିଶତ ଫୁଏଲ୍‌ ଷ୍ଟେଶନ ହେବ ସୌରଚାଳିତ: ଧର୍ମେନ୍ଦ୍ର

ଭୁବନେଶ୍ୱର ୯।୯(ବ୍ୟୁରୋ): ରାଷ୍ଟ୍ରାୟତ ତୈଳ କମ୍ପାନୀଗୁଡିକର ମାଲିକାନାରେ ଥିବା ଦେଶର ପ୍ରାୟ ୫୦ ପ୍ରତିଶତ ଫ୍ୟୁଏଲ୍‌(ଇନ୍ଧନ) ଷ୍ଟେସନକୁ ଆସନ୍ତା ୫ ବର୍ଷରେ ସୌରଚାଳିତ କରାଯିବ। ଆନ୍ତର୍ଜାତିକ ସୌର ଆଲିଆନ୍ସ (ଆଇଏସଏ)ପକ୍ଷରୁ ଆୟୋଜିତ ପ୍ରଥମ ବିଶ୍ୱ ସୌର ବୈଷୟିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି ା ଆଇଏସଏର ସମନ୍ବୟ ଜଳବାୟୁ କାର୍ଯ୍ୟକ୍ରମରେ ୫ ତୈଳ ରଷ୍ଟ୍ରାୟତ୍ତ ଉଦ୍ୟୋଗ ସାମିଲ ହେବେ ବୋଲି ସେ ସୂଚନା ଦେଇଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଅଧୀନରେ ଥିବା ୫ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଯଥା ଓଏନଜିସି, ଆଇଓସିଏଲ, ବିପିସିଏଲ, ଏଚପିସିଏଲ ଏବଂ ଗେଲ୍‌ କର୍ପୋରେଟ୍‌ ଭାଗିଦାରୀ ଭାବେ ଆଇଏସଏର ସମନ୍ବୟ ଜଳବାୟୁ କାର୍ଯ୍ୟକ୍ରମରେ ସାମିଲ ହେବେ। ଦେଶର ତୈଳ ଓ ଗ୍ୟାସ କମ୍ପାନୀଗୁଡିକ ସାରା ଦେଶରେ ବିଭିନ୍ନ କ୍ଷେତ୍ରରେ ସୌର ପ୍ୟାନେଲ୍‌ ସ୍ଥାପନ କରିବା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?