୫୦ ପ୍ରତିଶତ ବୁଥ୍‌ରେ ଲାଗିବ ଓ୍ବେବ୍‌ କ୍ୟାମେରା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ୬୧ ଜଣ ମାଇକ୍ରୋ ଅବଜରଭରଙ୍କୁ ନିଯୁକ୍ତ କରାଯାଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୫୦ ପ୍ରତିଶତ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯିବ। ଏହାଛଡ଼ା ଆବଶ୍ୟକ ହେଲେ ବୁଥ୍‌ରେ ଭିଡିଓଗ୍ରାଫି କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।
ଶୁକ୍ରବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ ଉପନିର୍ବାଚନରେ ମୋଟ ୨,୧୫,୮୭୮ ଭୋଟର ମତଦାନ ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୧,୧୦,୦୫୦ ଜଣ ପୁରୁଷ, ୧,୦୪,୮୧୧ ଜଣ ମହିଳା ଓ ୧୭ ଜଣ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି। କୋଭିଡ୍‌-୧୯ ଦୃଷ୍ଟିକୋଣରୁ ୨୨ ଅତିରିକ୍ତ ବୁଥ୍‌ ସ୍ଥାପନ ହୋଇଛି। ମୋଟ ୨୭୯ ବୁଥ୍‌ରେ ମତଦାନ ହେବ। ଦିବ୍ୟାଙ୍ଗ ଓ ୮୦ ବର୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନିମନ୍ତେ ପୋଷ୍ଟାଲ ବାଲଟ ବ୍ୟବସ୍ଥା ହୋଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ପୋଷ୍ଟାଲ ବାଲଟ୍‌ ନିମନ୍ତେ ୫୨୫ ଜଣଙ୍କ ତାଲିକା ପ୍ରସ୍ତୁତି କରାଯାଇଥିଲା, ଯେଉଁଥିରୁ ୩୨୫ ଜଣ ଭୋଟର ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ ଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।
ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ସଂରକ୍ଷିତ ପୋଲିଂ କର୍ମଚାରୀଙ୍କୁ ମିଶାଇ ମୋଟ ୧୩୯୬ ଜଣ ନିୟୋଜିତ ହୋଇଛନ୍ତି। । ଭୋଟଗ୍ରହଣ ନିମନ୍ତେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲଠାରେ ନିର୍ବାଚନ ସାମଗ୍ରୀ ବିତରଣ କେନ୍ଦ୍ର, ମତଦାନ ପରେ ଇଭିଏମ୍‌ ଏବଂ ଭିଭିପାଟ୍‌ ଗ୍ରହଣ କେନ୍ଦ୍ର ସହ ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ ଓ ଭୋଟ ଗଣତି କେନ୍ଦ୍ର କରାଯାଇଛିି। ଉପନିର୍ବାଚନକୁ ଅବାଧ, ମୁକ୍ତ ଓ ସ୍ବଚ୍ଛ କରିବା ନିମନ୍ତେ ପ୍ରଶାସନ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଲାଇସେନ୍ସପ୍ରାପ୍ତ ୧୭୦ ଗୋଟି ଅସ୍ତ୍ରଶସ୍ତ୍ର ଜବତ କରାଯିବା ସହ ୧୦୪୮ ଜଣଙ୍କୁ ଅଟକ ରଖାଯାଇଛି। ୭୧ ଜଣଙ୍କ ନାମରେ ଜାମିନବିହୀନ ୱାରେଣ୍ଟ ଜାରି କରାଯାଇଥିବା ବେଳେ ୮୩୫ ଲିଟର ମଦ ଜବତ କରାଯାଇଛି। ଉପନିର୍ବାଚନରେ ପ୍ରାର୍ଥୀମାନଙ୍କ ଦ୍ୱାରା ନିର୍ବାଚନୀ ଖର୍ଚ୍ଚର ତଦାରଖ କରିବା ପାଇଁ ସହକାରୀ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ବିଭିନ୍ନ ସର୍ଭିଲାନ୍ସ ଟିମ୍‌ ଯଥା ୨ଟି ଭିଏସ୍‌ଟିଏସ୍‌, ୫ଟି ଏସ୍‌ଏସ୍‌ଟି, ଗୋଟିଏ ଭିଭିଟି, ୬ଟି ଫ୍ଲାଇଙ୍ଗ୍‌ ସ୍କ୍ବାଡ ଟିମ୍‌ ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ମୁତୟନ ହୋଇଛନ୍ତି।
ଉପନିର୍ବାଚନ ନିମନ୍ତେ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ପଞ୍ଜାବ କ୍ୟାଡରର ୨୦୧୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମାଧବୀ କଟାରିଆ(ମୋ ୯୮୮୮୭୧୯୬୫୩) ଏବଂ ନିର୍ବାଚନ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ୨୦୦୮ ବ୍ୟାଚ୍‌ ବରିଷ୍ଠ ଆଇଆର୍‌ଏସ୍‌ ଅଧିକାରୀ ଏନ୍‌. ଅଶୋକ ବାବୁ (ମୋ:୯୫୯୩୯୧୫୯୭୫) ଜିଲାରେ ପହଞ୍ଚତ୍ ସ୍ବଚ୍ଛ ଓ ମୁକ୍ତ ନିର୍ବାଚନ ଲାଗି କାର୍ଯ୍ୟ ଆରମ୍ଭ କରିଛନ୍ତି। ଉପନିର୍ବାଚନରେ ସମଗ୍ର ଜିଲାରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ୩ ପ୍ଲାଟୁନ କେନ୍ଦ୍ରୀୟ ସୁରକ୍ଷା ବାହିନୀ(ସିପିଏଫ୍‌) ଜିଲାରେ ଅଛନ୍ତି। ଜିଲା ପ୍ରଶାସନଠାରୁ ନିର୍ବାଚନ ସମ୍ପର୍କିତ ତଥ୍ୟ ଜାଣିବା ପାଇଁ ଜିଲାରେ ନିଃଶୁଳ୍କ ଟେଲିଫୋନ୍‌ ନଂ-୧୯୫୦ କାର୍ଯ୍ୟ କରୁଛି। ବର୍ତ୍ତମାନ ପ୍ରବଳ ଖରା ହେଉଥିବାରୁ ମତଦାନ ସମୟରେ ଭୋଟରମାନଙ୍କୁ ସମ୍ଭାବ୍ୟ ଅଂଶୁଘାତରୁ ରକ୍ଷା କରିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ଓ ବେସରକାରୀ କର୍ମଚାରୀଙ୍କ ପାଇଁ ଭୋଟଗ୍ରହଣ ଦିନଟିକୁ ସବୈତନିକ ଛୁଟିଦିବସ ରୂପେ ଘୋଷଣା କରାଯାଇଛି । ଭୋଟଗ୍ରହଣ ଦିନ ସମସ୍ତ ଭୋଟରଙ୍କ ପାଇଁ କୋଭିଡ୍‌-୧୯ ଦୃଷ୍ଟିରୁ ବିଶେଷ ଧ୍ୟାନ ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଲୋହାନୀ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଯୁଗ୍ମ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri