୫୦ ପ୍ରତିଶତ ବୁଥ୍‌ରେ ଲାଗିବ ଓ୍ବେବ୍‌ କ୍ୟାମେରା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ୬୧ ଜଣ ମାଇକ୍ରୋ ଅବଜରଭରଙ୍କୁ ନିଯୁକ୍ତ କରାଯାଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୫୦ ପ୍ରତିଶତ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯିବ। ଏହାଛଡ଼ା ଆବଶ୍ୟକ ହେଲେ ବୁଥ୍‌ରେ ଭିଡିଓଗ୍ରାଫି କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।
ଶୁକ୍ରବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ ଉପନିର୍ବାଚନରେ ମୋଟ ୨,୧୫,୮୭୮ ଭୋଟର ମତଦାନ ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୧,୧୦,୦୫୦ ଜଣ ପୁରୁଷ, ୧,୦୪,୮୧୧ ଜଣ ମହିଳା ଓ ୧୭ ଜଣ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି। କୋଭିଡ୍‌-୧୯ ଦୃଷ୍ଟିକୋଣରୁ ୨୨ ଅତିରିକ୍ତ ବୁଥ୍‌ ସ୍ଥାପନ ହୋଇଛି। ମୋଟ ୨୭୯ ବୁଥ୍‌ରେ ମତଦାନ ହେବ। ଦିବ୍ୟାଙ୍ଗ ଓ ୮୦ ବର୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନିମନ୍ତେ ପୋଷ୍ଟାଲ ବାଲଟ ବ୍ୟବସ୍ଥା ହୋଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ପୋଷ୍ଟାଲ ବାଲଟ୍‌ ନିମନ୍ତେ ୫୨୫ ଜଣଙ୍କ ତାଲିକା ପ୍ରସ୍ତୁତି କରାଯାଇଥିଲା, ଯେଉଁଥିରୁ ୩୨୫ ଜଣ ଭୋଟର ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ ଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।
ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ସଂରକ୍ଷିତ ପୋଲିଂ କର୍ମଚାରୀଙ୍କୁ ମିଶାଇ ମୋଟ ୧୩୯୬ ଜଣ ନିୟୋଜିତ ହୋଇଛନ୍ତି। । ଭୋଟଗ୍ରହଣ ନିମନ୍ତେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲଠାରେ ନିର୍ବାଚନ ସାମଗ୍ରୀ ବିତରଣ କେନ୍ଦ୍ର, ମତଦାନ ପରେ ଇଭିଏମ୍‌ ଏବଂ ଭିଭିପାଟ୍‌ ଗ୍ରହଣ କେନ୍ଦ୍ର ସହ ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ ଓ ଭୋଟ ଗଣତି କେନ୍ଦ୍ର କରାଯାଇଛିି। ଉପନିର୍ବାଚନକୁ ଅବାଧ, ମୁକ୍ତ ଓ ସ୍ବଚ୍ଛ କରିବା ନିମନ୍ତେ ପ୍ରଶାସନ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଲାଇସେନ୍ସପ୍ରାପ୍ତ ୧୭୦ ଗୋଟି ଅସ୍ତ୍ରଶସ୍ତ୍ର ଜବତ କରାଯିବା ସହ ୧୦୪୮ ଜଣଙ୍କୁ ଅଟକ ରଖାଯାଇଛି। ୭୧ ଜଣଙ୍କ ନାମରେ ଜାମିନବିହୀନ ୱାରେଣ୍ଟ ଜାରି କରାଯାଇଥିବା ବେଳେ ୮୩୫ ଲିଟର ମଦ ଜବତ କରାଯାଇଛି। ଉପନିର୍ବାଚନରେ ପ୍ରାର୍ଥୀମାନଙ୍କ ଦ୍ୱାରା ନିର୍ବାଚନୀ ଖର୍ଚ୍ଚର ତଦାରଖ କରିବା ପାଇଁ ସହକାରୀ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ବିଭିନ୍ନ ସର୍ଭିଲାନ୍ସ ଟିମ୍‌ ଯଥା ୨ଟି ଭିଏସ୍‌ଟିଏସ୍‌, ୫ଟି ଏସ୍‌ଏସ୍‌ଟି, ଗୋଟିଏ ଭିଭିଟି, ୬ଟି ଫ୍ଲାଇଙ୍ଗ୍‌ ସ୍କ୍ବାଡ ଟିମ୍‌ ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ମୁତୟନ ହୋଇଛନ୍ତି।
ଉପନିର୍ବାଚନ ନିମନ୍ତେ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ପଞ୍ଜାବ କ୍ୟାଡରର ୨୦୧୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମାଧବୀ କଟାରିଆ(ମୋ ୯୮୮୮୭୧୯୬୫୩) ଏବଂ ନିର୍ବାଚନ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ୨୦୦୮ ବ୍ୟାଚ୍‌ ବରିଷ୍ଠ ଆଇଆର୍‌ଏସ୍‌ ଅଧିକାରୀ ଏନ୍‌. ଅଶୋକ ବାବୁ (ମୋ:୯୫୯୩୯୧୫୯୭୫) ଜିଲାରେ ପହଞ୍ଚତ୍ ସ୍ବଚ୍ଛ ଓ ମୁକ୍ତ ନିର୍ବାଚନ ଲାଗି କାର୍ଯ୍ୟ ଆରମ୍ଭ କରିଛନ୍ତି। ଉପନିର୍ବାଚନରେ ସମଗ୍ର ଜିଲାରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ୩ ପ୍ଲାଟୁନ କେନ୍ଦ୍ରୀୟ ସୁରକ୍ଷା ବାହିନୀ(ସିପିଏଫ୍‌) ଜିଲାରେ ଅଛନ୍ତି। ଜିଲା ପ୍ରଶାସନଠାରୁ ନିର୍ବାଚନ ସମ୍ପର୍କିତ ତଥ୍ୟ ଜାଣିବା ପାଇଁ ଜିଲାରେ ନିଃଶୁଳ୍କ ଟେଲିଫୋନ୍‌ ନଂ-୧୯୫୦ କାର୍ଯ୍ୟ କରୁଛି। ବର୍ତ୍ତମାନ ପ୍ରବଳ ଖରା ହେଉଥିବାରୁ ମତଦାନ ସମୟରେ ଭୋଟରମାନଙ୍କୁ ସମ୍ଭାବ୍ୟ ଅଂଶୁଘାତରୁ ରକ୍ଷା କରିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ଓ ବେସରକାରୀ କର୍ମଚାରୀଙ୍କ ପାଇଁ ଭୋଟଗ୍ରହଣ ଦିନଟିକୁ ସବୈତନିକ ଛୁଟିଦିବସ ରୂପେ ଘୋଷଣା କରାଯାଇଛି । ଭୋଟଗ୍ରହଣ ଦିନ ସମସ୍ତ ଭୋଟରଙ୍କ ପାଇଁ କୋଭିଡ୍‌-୧୯ ଦୃଷ୍ଟିରୁ ବିଶେଷ ଧ୍ୟାନ ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଲୋହାନୀ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଯୁଗ୍ମ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?