ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ ସଂରକ୍ଷଣ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଉଚ୍ଚଶିକ୍ଷା ପାଠ୍ୟକ୍ରମରେ ନାମଲେଖା କ୍ଷେତ୍ରରେ ଏଣିକି ଅନୁସୂଚିତ ଜନଜାତି (ଏସ୍‌ଟି)ଙ୍କୁ ୨୨.୫୦%, ଅନୁସୂଚିତ ଜାତି (ଏସ୍‌ସି)ଙ୍କୁ ୧୬.୨୫% ଏବଂ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ (ଏସ୍‌ଇବିସି)ର ଛାତ୍ରୀଛାତ୍ରମାନଙ୍କ ଲାଗି ୧୧.୨୫ ପ୍ରତିଶତ ସଂରକ୍ଷଣ ମିଳିବ। ଶନିବାର ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। କ୍ୟାବିନେଟ୍‌ ବୈଠକରେ ୧୩ଟି ବିଭାଗରେ ମୋଟ୍‌ ୧୯ଟି ପ୍ରସ୍ତାବ ଆସିଥିବା ବେଳେ ସେଥିରୁ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାର ଆଣିଥିବା ସଂରକ୍ଷଣ
ବ୍ୟବସ୍ଥାକୁ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ, ସେମାନଙ୍କ ଅନୁବନ୍ଧିତ କଲେଜ ଓ ଶିକ୍ଷାନୁଷ୍ଠାନ, ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ଗୁଡିକରେ ପ୍ରଦାନ କରାଯାଉଥିବା ଇଞ୍ଜିନିୟରିଂ, ଟେକ୍ନୋଲୋଜି ମ୍ୟାନେଜମେଣ୍ଟ, କମ୍ପ୍ୟୁଟର ଆପ୍ଲିକେଶନ, ମେଡିସିନ, ସର୍ଜରି, ଡେଣ୍ଟାଲ, ନର୍ସିଂ, ଫାର୍ମାସି, ଆନୁଷଙ୍ଗିକ ସ୍ବାସ୍ଥ୍ୟ ବିଜ୍ଞାନ, ପ୍ରାଣିଚିକିତ୍ସା ବିଜ୍ଞାନ, ଆୟୁର୍ବେଦ, ହୋମିଓପ୍ୟାଥି, ଏଗ୍ରିକଲ୍ଚର ଆଣ୍ଡ ଆଲାଏଡ୍‌ ସାଇନ୍ସ, ଆର୍କିଟେକ୍ଚର, ପ୍ଲାନିଂ, ସିନେମାଟିକ ଆର୍ଟ ଆଣ୍ଡ ଟେକ୍ନୋଲୋଜି ଆଦି ଶିକ୍ଷାନୁଷ୍ଠାନରେ କାର୍ଯ୍ୟକାରୀ ହେବ। ଏହାସହ ରାଜ୍ୟ ସରକାରଙ୍କ ଦ୍ୱାରା ଅନେକ ସମୟରେ ବିଜ୍ଞପ୍ତି ପ୍ରକାଶିତ ଅନ୍ୟ ଯେକୌଣସି ପାଠ୍ୟକ୍ରମଗୁଡ଼ିକରେ ସ୍ନାତକ ଓ ସ୍ନାତକୋତ୍ତର ସ୍ତରରେ ସାର୍ଟିଫିକେଟ, ଡିପ୍ଲୋମା ଓ ଡିଗ୍ରୀ ପ୍ରଦାନ କରାଯାଉଥିବା କ୍ଷେତ୍ରରେ ମଧ୍ୟ ଏହି ନୂତନ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ରାଜ୍ୟରେ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ୨୨%ରୁ ଅଧିକ ରହିଥିଲେ ସୁଦ୍ଧା ଦୀର୍ଘଦିନ ଧରି ରାଜ୍ୟର ବୈଷୟିକ, ବୃତ୍ତିଗତ, ମେଡିକାଲ ଓ ଆନୁଷଙ୍ଗିକ ପାଠ୍ୟକ୍ରମରେ ସେମାନଙ୍କ ପାଇଁ ସଂରକ୍ଷଣ ମାତ୍ର ୧୨% ଥିଲା। ସେହିପରି ଅନୁସୂଚିତ ଜାତିଙ୍କ ସଂଖ୍ୟା ରାଜ୍ୟରେ ୧୭%ରୁ ଅଧିକ ଥିଲେ ମଧ୍ୟ ସେମାନଙ୍କ ପାଇଁ ମାତ୍ର ୮% ସଂରକ୍ଷଣ ଥିଲା। ସେହିପରି ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗମାନଙ୍କ ପାଇଁ କୌଣସି ସଂରକ୍ଷଣ ବ୍ୟବସ୍ଥା ନ ଥିଲା। ସାମାଜିକ ନ୍ୟାୟ ପ୍ରଦାନ ଓ ସଶକ୍ତୀକରଣ କ୍ଷେତ୍ରରେ ଏହି ପାର୍ଥକ୍ୟ ସମସ୍ୟା ସୃଷ୍ଟି କରୁଥିଲା। ସ୍ବାଧୀନତାର ୭୮ ବର୍ଷ ମଧ୍ୟରେ ମୁଖ୍ୟସ୍ରୋତରୁ ବାହାରେ ଥିବା ଏହି ବର୍ଗର ଜନସାଧାରଣ ଓ ଛାତ୍ରୀଛାତ୍ରଙ୍କ ଅଧିକାରର ସୁରକ୍ଷା ପାଇଁ ଅନେକ ଆନ୍ଦୋଳନ, ଦାବି ଓ ସଚେତନତା ସୃଷ୍ଟି ହୋଇଥିଲେ ମଧ୍ୟ ତାଙ୍କର ସଂଖ୍ୟା ଅନୁପାତରେ ସଂରକ୍ଷଣ ପାଇଁ କୌଣସି ସରକାର ଏପରି ପଦକ୍ଷେପ ନେଉ ନ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେ ଆହୁରି କହିଛନ୍ତି, ଖୁସିର ବିଷୟ ଏସ୍‌ଟି, ଏସ୍‌ସି ଏବଂ ପଛୁଆ ବର୍ଗ ପିଲାମାନଙ୍କର ଶିକ୍ଷାଗତ ଅଧିକାର ଓ ସଶକ୍ତୀକରଣ ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଏହି ପଦକ୍ଷେପ ଏକ ବଳିଷ୍ଠ ମାଧ୍ୟମ ହେବ। ଅଣ୍ଡର ଗ୍ରାଜୁଏଟ ଏବଂ ପୋଷ୍ଟ ଗ୍ରାଜୁଏଟକୁ ମିଶାଇ ରାଜ୍ୟର ସମୁଦାୟ ମେଡିକାଲ ସିଟ୍‌ ସଂଖ୍ୟା ୨୪୨୧। ଏହି ନୂତନ ସଂରକ୍ଷଣ ନୀତି କାର୍ଯ୍ୟକାରୀ ହେବାପରେ ଏଥିମଧ୍ୟରୁ ଅନୁସୂଚିତ ଜନଜାତି(ଏସ୍‌ଟି)ଙ୍କ ସିଟ୍‌ ସଂଖ୍ୟା ୨୯୦ରୁ ବୃଦ୍ଧି ପାଇ ୫୪୫ରେ ପହଞ୍ଚିବ। ଅନୁସୂଚିତ ଜାତି(ଏସ୍‌ସି)ଙ୍କ ପାଇଁ ସିଟ୍‌ ସଂଖ୍ୟା ୧୯୩ରୁ ବୃଦ୍ଧି ପାଇ ୩୯୩ ହେବ। ସେହିପରି ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ ସିଟ୍‌ ସଂଖ୍ୟାରେ କିଛି ସଂରକ୍ଷଣ ନ ଥିଲା, ସେମାନଙ୍କ ପାଇଁ ଏବେ ୨୭୨ଟି ସିଟ୍‌ ସଂରକ୍ଷିତ ରହିବ। ସେହିପରି ସମୁଦାୟ ଇଞ୍ଜିନିୟରିଂ ସିଟ୍‌ ସଂଖ୍ୟା ୪୪,୫୭୯ ମଧ୍ୟରୁ ଏସ୍‌ଟିଙ୍କ ପାଇଁ ଆସନ ସଂଖ୍ୟା ୫୩୪୯ରୁ ବୃଦ୍ଧି ପାଇ ୧୦,୦୩୦ ହେବ। ଏସ୍‌ସିଙ୍କ ପାଇଁ ୩୫,୬୬ଟି ଆସନ ସଂରକ୍ଷଣ ରହୁଥିବା ବେଳେ ଏହା ବର୍ତ୍ତମାନ ୭୨୬୬କୁ ବୃଦ୍ଧି ହେବ। ସେହିପରି ଏସ୍‌ଇବିସିଙ୍କ ପାଇଁ ୫୦୧୫ଟି ସିଟ୍‌ ସଂରକ୍ଷଣ ରହିବ। ପୂର୍ବରୁ ଏସ୍‌ଇବିସିଙ୍କ ପାଇଁ ଇଞ୍ଜିନିୟରିଂରେ ସଂରକ୍ଷଣ ବ୍ୟବସ୍ଥା ନ ଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?