୫୦% ସଂରକ୍ଷଣ ସୀମା ହଟୁ: ବିଜେଡି

ଭୁବନେଶ୍ୱର,୨୫ା୮(ବ୍ୟୁରୋ):ପଛୁଆବର୍ଗଙ୍କୁ ନେଇ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିଜେଡି ଓ ଭାଜପା ପରସ୍ପର ଉପରେ ଦୋଷ ଲଦାଲଦିରେ ଲାଗିଛନ୍ତି। ଦେଶରେ ଜାତିଭିତ୍ତିକ ଜନଗଣନା ହେଉ ଏବଂ ୫୦% ସଂରକ୍ଷଣ ସୀମା ଉଠାଇ ଦିଆଯାଉ। ବିଜେଡି ଏଭଳି ଦାବି ଉଠାଇଛି। ଏହାସହ ରାଜ୍ୟ ଭାଜପା ଏନେଇ କାହିଁକି ଚୁପ୍‌ ରହିଛି ବୋଲି ପ୍ରଶ୍ନ କରିଛି। ଅନ୍ୟପକ୍ଷରେ ବିଜେଡି ଲୋକଙ୍କୁ ଭୁଅଁା ବୁଲାଉଛି ବୋଲି ଭାଜପା ପକ୍ଷରୁ କୁହାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡ଼ିଶା ସରକାର ପଛୁଆବର୍ଗଙ୍କୁ ସାମାଜିକ ନ୍ୟାୟ ପ୍ରଦାନ ପାଇଁ ବଦ୍ଧପରିକର। ହେଲେ ସଂଘୀୟ ଢାଞ୍ଚା ଓ ଆଇନଗତ କଟକଣା ଏଥିରେ ବାଧା ହୋଇଥିବା ବିଜେଡି କହିଛି। ମଙ୍ଗଳବାର ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡିର ଦୁଇ ବରିଷ୍ଠ ନେତା ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏବଂ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ପଛୁଆ ବର୍ଗଙ୍କ ପାଇଁ ଯୋଜନା ପ୍ରସ୍ତୁତ ପୂର୍ବରୁ ସେମାନଙ୍କ ସଂଖ୍ୟା ଜାଣିବା ନିହାତି ଆବଶ୍ୟକ। ଏଥିପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଜାତିଭିତ୍ତିକ ଜନଗଣନା ଦାବି ଉଠାଇଛନ୍ତି। ଏହାଦ୍ୱାରା କେବଳ ରାଜ୍ୟ ନୁହେଁ, ସାରା ଦେଶର ପଛୁଆବର୍ଗଙ୍କ ପ୍ରକୃତ ସଂଖ୍ୟା ଜଣାପଡ଼ିବ ବୋଲି ଅରୁଣ କହିଛନ୍ତି। କେନ୍ଦ୍ର ସରକାର ମନା କରିବା ପରେ ରାଜ୍ୟ ସରକାର ୨୦୨୦ ଜାନୁୟାରୀ ୧୧ରେ କ୍ୟାବିନେଟ ବୈଠକ ଡକାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଜାତିଭିିତ୍ତିକ ଜନଗଣନା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା।
ଏହାର କିଛି ଦିନ ପରେ ରାଜ୍ୟ ସରକାର ୨୦୨୦ ଫେବୃୟାରୀ ୧୨ରେ ଓବିସି କମିଶନ ଗଠନ କରିଥିଲେ। ଏହାର ୫ ଦିନ ପରେ ଫେବୃୟାରୀ ୧୭ରେ କ୍ୟାବିନେଟ୍‌ ବୈଠକରେ ପଛୁଆବର୍ଗ କମିଶନ (ସଂଶୋଧନ) ବିଧେୟକ ଗୃହୀତ କରାଯାଇଥିଲା। ସେହିଦିନ ହିଁ ମୁଖ୍ୟମନ୍ତ୍ରୀ ବିଧାନସଭାରେ ନିଜେ ପ୍ରସ୍ତାବ ଆଗତ କରିଥିଲେ। ଇତିମଧ୍ୟରେ କମିଶନ କାର୍ଯ୍ୟକ୍ଷମ ହୋଇସାରିଛି। ଓଡ଼ିଶାରେ ଅନ୍ୟ ପଛୁଆ ବର୍ଗ (ଓବିସି), ସାମାଜିକ ଆର୍ଥିକ ପଛୁଆବର୍ଗ (ଏସ୍‌ଇବିସି) ସଂଖ୍ୟା ରାଜ୍ୟରେ ମୋଟ ଜନସଂଖ୍ୟା ଅଧାରୁ ଅଧିକ। ସେମାନଙ୍କ ସଂଖ୍ୟାର ଅଧା ସଂରକ୍ଷଣ ବି ସେମାନଙ୍କୁ ଦିଆଯାଇ ପାରିନାହିଁ। ସଂରକ୍ଷଣ ନେଇ ନ୍ୟାୟାଳୟ ଦ୍ୱାରା ରଖାଯାଇଥିବା ୫୦% ସୀମା ହିଁ ଏହାର କାରଣ ବୋଲି ଅରୁଣ କହିଛନ୍ତି। ଓଡ଼ିଶାକୁ ଅନ୍ୟ କୌଣସି ରାଜ୍ୟ ସହିତ ତୁଳନା କରାଯାଇପାରିବ ନାହିଁ। ଓଡ଼ିଶାରେ ପଛୁଆବର୍ଗ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗ ସେତେବେଳେ ସାଧିତ ହୋଇପାରିବ ଯେତେବେଳେ ୫୦% ଆଇନଗତ ସଂରକ୍ଷଣ କଟକଣା ଉଠିଯିବ। ତେଣୁ ଜାତିଭିତ୍ତିକ ଜନଗଣନା ଓ ୫୦% ସଂରକ୍ଷଣ ସୀମା ଉଠାଯିବା ସମୟର ଏକ ଆହ୍ବାନ ହୋଇଛି। ନିକଟରେ ଏହି ଦାବି ନେଇ ବିଜେଡି ସଂସଦୀୟ ପ୍ରତିନିଧି ଦଳ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ସାରିଛିି। ଦେଢ଼ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ନବୀନ ପଟ୍ଟନାୟକ ଏହି ଦାବି ଉଠାଇ ଆସୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦାବିକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜନୈତିକ ଦଳ ବି ସମର୍ଥନ ଜଣାଇ ଆସୁଛନ୍ତି। ଇତିମଧ୍ୟରେ ନବୀନ ପଟ୍ଟନାୟକଙ୍କୁ ଅନୁସରଣ କରି ଜାତିଭିତ୍ତିକ ଜନଗଣନା ଏବଂ ୫୦% ସଂରକ୍ଷଣ କଟକଣା ଉଠାଇବା ସପକ୍ଷରେ ଭାଜପାର ସହଯୋଗୀ ଦଳମାନେ ମଧ୍ୟ ମତ ପ୍ରକାଶ କଲେଣି। ଏମାନଙ୍କ ମଧ୍ୟରେ ଜେଡି(ୟୁ)ର ନୀତୀଶ କୁମାରଙ୍କ ନେତୃତ୍ୱରେ ଅପ୍‌ନା ଦଳର ଅନୁପ୍ରିୟା ପଟେଲ, ହାମ୍‌ର ଜୀତନରାମ ମାଝି, ଭିଆଇପି ଦଳର ମୁକେଶ ସଇନୀ, ନିଶାଦ ପାର୍ଟିର ସଞ୍ଜୟ ନିଶାଦ, ସୁହେଲଦେବ ଭାରତୀୟ ସମାଜ ପାର୍ଟିର ଓମ୍‌ ପ୍ରକାଶ ରାଜଭର, ଆରପିଆଇ(ଏ)ର ରାମଦାସ ଅଠାୱାଲେ, ଏଲଜେପିର ପଶୁପତି ପାରସ ଆଦି ରହିଛନ୍ତି ା ବିହାରର ବିଭିନ୍ନ ରାଜନୈତିକ ଦଳର ୧୦ ଜଣିଆ ପ୍ରତିନିଧି ଦଳ ନୀତୀଶ କୁମାରଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏହି ଦାବି ରଖିସାରିଛନ୍ତି। ଏହି ପ୍ରତିନିଧି ଦଳରେ ବିହାର ଭାଜପା ନେତା ମଧ୍ୟ ସାମିଲ ଅଛନ୍ତି। ଜନଗଣନା ସମ୍ପୂଣ୍ଣର୍ର୍ ଭାବେ କେନ୍ଦ୍ର ସରକାରଙ୍କ ବ୍ୟାପାର। ୫୦% ସଂରକ୍ଷଣ ସୀମା କଟକଣା ଉଠାଇବା ମଧ୍ୟ କେନ୍ଦ୍ରୀୟ କ୍ଷମତା ପରିସର ଭୁକ୍ତ। ହେଲେ ଓଡ଼ିଶା ଭାଜପା ନେତୃତ୍ୱ ଓ ଜନପ୍ରତିନିଧିମାନେ ଭୟଙ୍କର ନୀରବତା ଅବଲମ୍ବନ କରୁଛନ୍ତି। ଏହି ନୀରବତା ସେମାନଙ୍କୁ ଓବିସି/ଏସ୍‌ଇବିସି ବର୍ଗ ବିରୋଧୀ ବୋଲି ଦର୍ଶାଉଛି। ଓଡ଼ିଶା ଭାଜପା ନେତାମାନେ ଏହି ଦାବି ଉଠାନ୍ତୁ। ଏହି ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ବିଜେଡି ପଲ୍ଲୀଠାରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଲଢେଇ ଜାରି ରଖିବ ବୋଲି ରଣେନ୍ଦ୍ର ଓ ଅରୁଣ କହିଛନ୍ତି ା
ଅନ୍ୟପକ୍ଷରେ ଭାଜପା ବିଜେଡିକୁ ମଧ୍ୟ ସମାଲୋଚନା କରିଛି। ରାଜ୍ୟର ପଛୁଆ ବର୍ଗଙ୍କୁ ବିଭ୍ରାନ୍ତ କରିବା ପାଇଁ ବିଜେଡି ମନଗଢ଼ା ଗପ ଶୁଣାଉଛି ବୋଲି ଭାଜପା କହିଛି। କୁଚକ୍ରାନ୍ତ କରି ଓଡ଼ିଶାବାସୀଙ୍କୁ ତାଙ୍କ ନ୍ୟାଯ୍ୟ ହକ୍‌ ପ୍ରଦାନ କ୍ଷେତ୍ରରେ ନିଜ ମୁଣ୍ଡରୁ ଦୋଷ ଖସାଇ ଅନ୍ୟ ଉପରେ ଲଦିବା ଏବଂ ପରବର୍ତ୍ତୀ ସମୟରେ ଭୁଆଁ ବୁଲାଇବା ଶାସକ ବିଜେଡିର ଅଭ୍ୟାସରେ ପରିଣତ ହୋଇଛି। ରାଜ୍ୟର ପଛୁଆବର୍ଗଙ୍କ ବିକାଶ ପାଇଁ କୌଣସି ଆନ୍ତରିକତା ନ ଥିବା ଶାସକ ବିଜେଡି ସେମାନଙ୍କୁ କେବଳ ଭୋଟବ୍ୟାଙ୍କ ଭାବେ ବ୍ୟବହାର କରିଆସୁଛି। ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ପଛୁଆବର୍ଗଙ୍କ ବିକାଶ ପାଇଁ କାଯର୍‌ୟ କରୁଛନ୍ତି, ସେତେବେଳେ ଅସହିଷ୍ଣୁତା ଏବଂ ନିଜ ବିଫଳତାକୁ ଲୁଚାଇବା ପାଇଁ ବିଜେଡି ରାଜ୍ୟର ପଛୁଆବର୍ଗଙ୍କୁ ମିଛ କଥା କହିବା ଆରମ୍ଭ କରିଦେଇଛି ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri