୫୦% ସଂରକ୍ଷଣ ସୀମା ହଟୁ: ବିଜେଡି

ଭୁବନେଶ୍ୱର,୨୫ା୮(ବ୍ୟୁରୋ):ପଛୁଆବର୍ଗଙ୍କୁ ନେଇ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିଜେଡି ଓ ଭାଜପା ପରସ୍ପର ଉପରେ ଦୋଷ ଲଦାଲଦିରେ ଲାଗିଛନ୍ତି। ଦେଶରେ ଜାତିଭିତ୍ତିକ ଜନଗଣନା ହେଉ ଏବଂ ୫୦% ସଂରକ୍ଷଣ ସୀମା ଉଠାଇ ଦିଆଯାଉ। ବିଜେଡି ଏଭଳି ଦାବି ଉଠାଇଛି। ଏହାସହ ରାଜ୍ୟ ଭାଜପା ଏନେଇ କାହିଁକି ଚୁପ୍‌ ରହିଛି ବୋଲି ପ୍ରଶ୍ନ କରିଛି। ଅନ୍ୟପକ୍ଷରେ ବିଜେଡି ଲୋକଙ୍କୁ ଭୁଅଁା ବୁଲାଉଛି ବୋଲି ଭାଜପା ପକ୍ଷରୁ କୁହାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡ଼ିଶା ସରକାର ପଛୁଆବର୍ଗଙ୍କୁ ସାମାଜିକ ନ୍ୟାୟ ପ୍ରଦାନ ପାଇଁ ବଦ୍ଧପରିକର। ହେଲେ ସଂଘୀୟ ଢାଞ୍ଚା ଓ ଆଇନଗତ କଟକଣା ଏଥିରେ ବାଧା ହୋଇଥିବା ବିଜେଡି କହିଛି। ମଙ୍ଗଳବାର ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡିର ଦୁଇ ବରିଷ୍ଠ ନେତା ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏବଂ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ପଛୁଆ ବର୍ଗଙ୍କ ପାଇଁ ଯୋଜନା ପ୍ରସ୍ତୁତ ପୂର୍ବରୁ ସେମାନଙ୍କ ସଂଖ୍ୟା ଜାଣିବା ନିହାତି ଆବଶ୍ୟକ। ଏଥିପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଜାତିଭିତ୍ତିକ ଜନଗଣନା ଦାବି ଉଠାଇଛନ୍ତି। ଏହାଦ୍ୱାରା କେବଳ ରାଜ୍ୟ ନୁହେଁ, ସାରା ଦେଶର ପଛୁଆବର୍ଗଙ୍କ ପ୍ରକୃତ ସଂଖ୍ୟା ଜଣାପଡ଼ିବ ବୋଲି ଅରୁଣ କହିଛନ୍ତି। କେନ୍ଦ୍ର ସରକାର ମନା କରିବା ପରେ ରାଜ୍ୟ ସରକାର ୨୦୨୦ ଜାନୁୟାରୀ ୧୧ରେ କ୍ୟାବିନେଟ ବୈଠକ ଡକାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଜାତିଭିିତ୍ତିକ ଜନଗଣନା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା।
ଏହାର କିଛି ଦିନ ପରେ ରାଜ୍ୟ ସରକାର ୨୦୨୦ ଫେବୃୟାରୀ ୧୨ରେ ଓବିସି କମିଶନ ଗଠନ କରିଥିଲେ। ଏହାର ୫ ଦିନ ପରେ ଫେବୃୟାରୀ ୧୭ରେ କ୍ୟାବିନେଟ୍‌ ବୈଠକରେ ପଛୁଆବର୍ଗ କମିଶନ (ସଂଶୋଧନ) ବିଧେୟକ ଗୃହୀତ କରାଯାଇଥିଲା। ସେହିଦିନ ହିଁ ମୁଖ୍ୟମନ୍ତ୍ରୀ ବିଧାନସଭାରେ ନିଜେ ପ୍ରସ୍ତାବ ଆଗତ କରିଥିଲେ। ଇତିମଧ୍ୟରେ କମିଶନ କାର୍ଯ୍ୟକ୍ଷମ ହୋଇସାରିଛି। ଓଡ଼ିଶାରେ ଅନ୍ୟ ପଛୁଆ ବର୍ଗ (ଓବିସି), ସାମାଜିକ ଆର୍ଥିକ ପଛୁଆବର୍ଗ (ଏସ୍‌ଇବିସି) ସଂଖ୍ୟା ରାଜ୍ୟରେ ମୋଟ ଜନସଂଖ୍ୟା ଅଧାରୁ ଅଧିକ। ସେମାନଙ୍କ ସଂଖ୍ୟାର ଅଧା ସଂରକ୍ଷଣ ବି ସେମାନଙ୍କୁ ଦିଆଯାଇ ପାରିନାହିଁ। ସଂରକ୍ଷଣ ନେଇ ନ୍ୟାୟାଳୟ ଦ୍ୱାରା ରଖାଯାଇଥିବା ୫୦% ସୀମା ହିଁ ଏହାର କାରଣ ବୋଲି ଅରୁଣ କହିଛନ୍ତି। ଓଡ଼ିଶାକୁ ଅନ୍ୟ କୌଣସି ରାଜ୍ୟ ସହିତ ତୁଳନା କରାଯାଇପାରିବ ନାହିଁ। ଓଡ଼ିଶାରେ ପଛୁଆବର୍ଗ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗ ସେତେବେଳେ ସାଧିତ ହୋଇପାରିବ ଯେତେବେଳେ ୫୦% ଆଇନଗତ ସଂରକ୍ଷଣ କଟକଣା ଉଠିଯିବ। ତେଣୁ ଜାତିଭିତ୍ତିକ ଜନଗଣନା ଓ ୫୦% ସଂରକ୍ଷଣ ସୀମା ଉଠାଯିବା ସମୟର ଏକ ଆହ୍ବାନ ହୋଇଛି। ନିକଟରେ ଏହି ଦାବି ନେଇ ବିଜେଡି ସଂସଦୀୟ ପ୍ରତିନିଧି ଦଳ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ସାରିଛିି। ଦେଢ଼ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ନବୀନ ପଟ୍ଟନାୟକ ଏହି ଦାବି ଉଠାଇ ଆସୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦାବିକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜନୈତିକ ଦଳ ବି ସମର୍ଥନ ଜଣାଇ ଆସୁଛନ୍ତି। ଇତିମଧ୍ୟରେ ନବୀନ ପଟ୍ଟନାୟକଙ୍କୁ ଅନୁସରଣ କରି ଜାତିଭିତ୍ତିକ ଜନଗଣନା ଏବଂ ୫୦% ସଂରକ୍ଷଣ କଟକଣା ଉଠାଇବା ସପକ୍ଷରେ ଭାଜପାର ସହଯୋଗୀ ଦଳମାନେ ମଧ୍ୟ ମତ ପ୍ରକାଶ କଲେଣି। ଏମାନଙ୍କ ମଧ୍ୟରେ ଜେଡି(ୟୁ)ର ନୀତୀଶ କୁମାରଙ୍କ ନେତୃତ୍ୱରେ ଅପ୍‌ନା ଦଳର ଅନୁପ୍ରିୟା ପଟେଲ, ହାମ୍‌ର ଜୀତନରାମ ମାଝି, ଭିଆଇପି ଦଳର ମୁକେଶ ସଇନୀ, ନିଶାଦ ପାର୍ଟିର ସଞ୍ଜୟ ନିଶାଦ, ସୁହେଲଦେବ ଭାରତୀୟ ସମାଜ ପାର୍ଟିର ଓମ୍‌ ପ୍ରକାଶ ରାଜଭର, ଆରପିଆଇ(ଏ)ର ରାମଦାସ ଅଠାୱାଲେ, ଏଲଜେପିର ପଶୁପତି ପାରସ ଆଦି ରହିଛନ୍ତି ା ବିହାରର ବିଭିନ୍ନ ରାଜନୈତିକ ଦଳର ୧୦ ଜଣିଆ ପ୍ରତିନିଧି ଦଳ ନୀତୀଶ କୁମାରଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏହି ଦାବି ରଖିସାରିଛନ୍ତି। ଏହି ପ୍ରତିନିଧି ଦଳରେ ବିହାର ଭାଜପା ନେତା ମଧ୍ୟ ସାମିଲ ଅଛନ୍ତି। ଜନଗଣନା ସମ୍ପୂଣ୍ଣର୍ର୍ ଭାବେ କେନ୍ଦ୍ର ସରକାରଙ୍କ ବ୍ୟାପାର। ୫୦% ସଂରକ୍ଷଣ ସୀମା କଟକଣା ଉଠାଇବା ମଧ୍ୟ କେନ୍ଦ୍ରୀୟ କ୍ଷମତା ପରିସର ଭୁକ୍ତ। ହେଲେ ଓଡ଼ିଶା ଭାଜପା ନେତୃତ୍ୱ ଓ ଜନପ୍ରତିନିଧିମାନେ ଭୟଙ୍କର ନୀରବତା ଅବଲମ୍ବନ କରୁଛନ୍ତି। ଏହି ନୀରବତା ସେମାନଙ୍କୁ ଓବିସି/ଏସ୍‌ଇବିସି ବର୍ଗ ବିରୋଧୀ ବୋଲି ଦର୍ଶାଉଛି। ଓଡ଼ିଶା ଭାଜପା ନେତାମାନେ ଏହି ଦାବି ଉଠାନ୍ତୁ। ଏହି ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ବିଜେଡି ପଲ୍ଲୀଠାରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଲଢେଇ ଜାରି ରଖିବ ବୋଲି ରଣେନ୍ଦ୍ର ଓ ଅରୁଣ କହିଛନ୍ତି ା
ଅନ୍ୟପକ୍ଷରେ ଭାଜପା ବିଜେଡିକୁ ମଧ୍ୟ ସମାଲୋଚନା କରିଛି। ରାଜ୍ୟର ପଛୁଆ ବର୍ଗଙ୍କୁ ବିଭ୍ରାନ୍ତ କରିବା ପାଇଁ ବିଜେଡି ମନଗଢ଼ା ଗପ ଶୁଣାଉଛି ବୋଲି ଭାଜପା କହିଛି। କୁଚକ୍ରାନ୍ତ କରି ଓଡ଼ିଶାବାସୀଙ୍କୁ ତାଙ୍କ ନ୍ୟାଯ୍ୟ ହକ୍‌ ପ୍ରଦାନ କ୍ଷେତ୍ରରେ ନିଜ ମୁଣ୍ଡରୁ ଦୋଷ ଖସାଇ ଅନ୍ୟ ଉପରେ ଲଦିବା ଏବଂ ପରବର୍ତ୍ତୀ ସମୟରେ ଭୁଆଁ ବୁଲାଇବା ଶାସକ ବିଜେଡିର ଅଭ୍ୟାସରେ ପରିଣତ ହୋଇଛି। ରାଜ୍ୟର ପଛୁଆବର୍ଗଙ୍କ ବିକାଶ ପାଇଁ କୌଣସି ଆନ୍ତରିକତା ନ ଥିବା ଶାସକ ବିଜେଡି ସେମାନଙ୍କୁ କେବଳ ଭୋଟବ୍ୟାଙ୍କ ଭାବେ ବ୍ୟବହାର କରିଆସୁଛି। ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ପଛୁଆବର୍ଗଙ୍କ ବିକାଶ ପାଇଁ କାଯର୍‌ୟ କରୁଛନ୍ତି, ସେତେବେଳେ ଅସହିଷ୍ଣୁତା ଏବଂ ନିଜ ବିଫଳତାକୁ ଲୁଚାଇବା ପାଇଁ ବିଜେଡି ରାଜ୍ୟର ପଛୁଆବର୍ଗଙ୍କୁ ମିଛ କଥା କହିବା ଆରମ୍ଭ କରିଦେଇଛି ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri