Posted inଜାତୀୟ

ଆରଜି କର ହସପିଟାଲର ୫୦ ବରିଷ୍ଠ ଡାକ୍ତର ଦେଲେ ଇସ୍ତଫା

କୋଲକାତା,୮।୧୦: ଆନ୍ଦୋଳନରତ କନିଷ୍ଠ ଡାକ୍ତରମାନଙ୍କ ସମର୍ଥନରେ ଆରଜି କର କଲେଜ ଏବଂ ହସପିଟାଲର ୫୦ ବରିଷ୍ଠ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାରେ ଆରମ୍ଭ ହୋଇଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଥିବା ବେଳେ ଡାକ୍ତରମାନେ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି।

ନିଜର ସାଥି ମହିଳା ଡାକ୍ତରଙ୍କୁ ନ୍ୟାୟ ଦାବିରେ ଗତ ଶନିବାରଠାରୁ କନିଷ୍ଟ ଡାକ୍ତରମାନେ ଆମରଣ ଅନଶନରେ ବସିଛନ୍ତି। ଏହାସହିତ ଦୁର୍ନୀତିମୁକ୍ତ ଏବଂ ମେଡିକାଲ କ୍ୟାମ୍ପସରେ ରୋଗୀ ଅନୁକୂଳ ପରିବେଶ ଦାବିରେ ଏହି ଅନଶନ ଚାଲିଛି। ସେହିପରି ସେମାନଙ୍କର ଅନ୍ୟାନ୍ୟ ଦାବି ହେଉଛି ରାଜ୍ୟର ସମସ୍ତ ଡାକ୍ତରଖାନା ଏବଂ ମେଡିକାଲ୍ କଲେଜଗୁଡ଼ିକ ପାଇଁ ଏକ କେନ୍ଦ୍ରୀଭୂତ ରେଫରାଲ୍ ବ୍ୟବସ୍ଥା ପ୍ରତିଷ୍ଠା, ବେଡ୍ ଖାଲି ମନିଟରିଂ ସିଷ୍ଟମ ଲାଗୁ କରିବା ଏବଂ ସିସିଟିଭି, ଅନ୍-କଲ୍ ରୁମ୍ ଏବଂ ୱାଶରୁମ୍ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା ନିଶ୍ଚିତ କରିବାକୁ ଟାସ୍କଫୋର୍ସ ଗଠନ କରିବା।

ଏଥିସହିତ ଡାକ୍ତରଖାନାରେ ପୋଲିସର ସୁରକ୍ଷା ବୃଦ୍ଧି, ସ୍ଥାୟୀ ମହିଳା ପୋଲିସ୍ କର୍ମଚାରୀ ନିଯୁକ୍ତି ଏବଂ ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ପାଇଁ ଖାଲି ପଦବୀ ଶୀଘ୍ର ପୂରଣ କରିବାକୁ ସେମାନେ ଦାବି କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri