ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ ହେବ ୫୦ ହଜାର କୋଟି ଟଙ୍କା: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ଓଡିଶାର ବିକାଶ ପାଇଁ ସମ୍ମିଳିତ ଉଦ୍ୟମ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ଡାକ୍ତରମାନେ ହେଉଛନ୍ତି ଭଗବାନ, ସେମାନେ ନିରନ୍ତର ଭାବେ ସେବା ଯୋଗାଇ ଦେଉଥିବାରୁ ସାଧାରଣ ଲୋକେ ସୁସ୍ଥ ହୋଇ ଏକ ବିକଶିତ ରାଷ୍ଟ୍ରର ପରିକଳ୍ପନା କରିପାରୁଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି।

ଇଣ୍ଡିଆନ ମେଡିକାଲ ଆସୋସିଏଶନ,ଓଡ଼ିଶା ଶାଖାର ୭୪ତମ ବାର୍ଷିକ ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ନିଜ ବକ୍ତବ୍ୟରେ ରାଜ୍ୟରେ ସ୍ବାସ୍ଥ୍ୟ ବଜେଟ୍‌ରେ ଏକ ବଡ଼ ଭାଗ ରଖିଥିବାବେଳେ ସଚେତନତାର ଅଭାବ ଯୋଗୁ ଆମେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି ବୋଲି ସେ ପ୍ରକାଶ କରି ରାଜ୍ୟରେ ବିଭିନ୍ନ ପ୍ରକାରର ବିକାଶ ହେଲେ ମଧ୍ୟ ସ୍ବାସ୍ଥ୍ୟ ସେବାର ବିକାଶ ନ ହେଲେ ଉତ୍କର୍ଷ ଓଡିଶା ପରିକଳ୍ପନା ସମ୍ଭବ ହୋଇପାରିବ ନାହିଁ ।

ରାଜ୍ୟ ବଜେଟ୍‌ରେ ସ୍ବାସ୍ଥ୍ୟକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ବିଶ୍ୱର ବୃହତ୍ତମ ଜନଆରୋଗ୍ୟ ଯୋଜନା ଯେଉଁଥିରେ ଦେଶର ୬୦କୋଟି ଲୋକ ଅନ୍ତର୍ଭୁକ୍ତ ସେହି ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାବାସୀଙ୍କୁ ଅଧିକ ସେବା ଦେବ ବୋଲି ସେ ପ୍ରକାଶ କରିଥିଲେ। ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ରାଜ୍ୟକୁ ୧୩ଲକ୍ଷ କୋଟି ଟଙ୍କାର ବିନିଯୋଗ ପ୍ରସ୍ତାବ ଆସିଥିବାବେଳେ କେବଳ ସ୍ବାସ୍ଥ୍ୟକ୍ଷେତ୍ରରେ ୫୦ହଜାର କୋଟି ଟଙ୍କାର ବିନିଯୋଗ ପ୍ରସ୍ତାବ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ସ୍ବାସ୍ଥ୍ୟସେବା ପ୍ରକଳ୍ପରେ ୨୫ହଜାର ନିଯୁକ୍ତି ମିଳିବ ବୋଲି ଜଣାପଡିଛ।

୨୦୨୪-୨୫ରେ ଆମ ସରକାର ୨୧ହଜାର କୋଟି ଟଙ୍କା ସ୍ବାସ୍ଥ୍ୟରେ ବଜେଟ୍‌ ବ୍ୟବସ୍ଥା କରିଥିଲେ। ୨୦୩୬ରେ ଓଡିଶା ପ୍ରତିଷ୍ଠାର ଏକଶହ ବର୍ଷ ପୁର୍ତ୍ତି ପାଳନ ଅବସରରେ ଆମେ ଏକ ବିକଶିତ ଓଡ଼ିଶା କିପରି ଗଠନ କରିପାରିବା ସେଥିପାଇଁ ଏବେଠାରୁ ଚିନ୍ତା କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିବାବେଳେ ଏଥିପାଇଁ ରାଜ୍ୟ ସରକାର ୪୦ପ୍ରତିଶତ ଓ କେନ୍ଦ୍ର ସରକାର ୬୦ପ୍ରତିଶତ ଦେବାର ନିୟମ ଥିବାବେଳେ କେନ୍ଦୁଝରରେ ପ୍ରତିଷ୍ଠା ଲାଭ କରିଥିବା ମେଡିକାଲ କଲେଜ ସମ୍ପୂର୍ଣ୍ଣ ଭାବରେ ଜିଲା ଖଣିଜ ପ୍ରତିଷ୍ଠାନ ଅର୍ଥରୁ ବିନିଯୋଗ ହୋଇଛି। ଏହି ମେଡିକାଲ କଲେଜ ଉଦ୍‌ଘାଟନ ହେବାର ୨ ବର୍ଷ ଅତିକ୍ରାନ୍ତ ହେବାକୁ ବସିଥିଲେ ମଧ୍ୟ କେବଳ ନାମକୁମାତ୍ର ୪ଟି ବିଭାଗକୁ ଛାଡ଼ଅନ୍ୟ କୌଣସି ବହିର୍ବିଭାଗ ଖୋଲି ନ ଥିବା ସହ ତୁରନ୍ତ ଅନଃବିଭାଗ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥି


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri