୧୭ ଥର ଗର୍ଭବତୀ ଥିବା କହି ଲକ୍ଷ ଲକ୍ଷ ଟଙ୍କା ପାଉଥିଲେ ସରକାରୀ ଲାଭ, ସତ ଜଣାପଡିଲା ପରେ…

ରୋମ,୧୯।୨: ଇଟାଲୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ମହିଳା ମାତୃତ୍ୱ ସୁବିଧା ପାଇବା ପାଇଁ ପାଞ୍ଚଟି ସନ୍ତାନ ଏବଂ ୧୨ଟି ଗର୍ଭପାତ କରାଇଥିବା ମିଥ୍ୟା ଦାବି କରିଛନ୍ତି। ଏହି ଜାଲିଆତି ସାମ୍ନାକୁ ଆସିବା ପରେ ମହିଳା ଜଣଙ୍କ ୧୧୦,୦୦୦ ୟୁରୋ ଅର୍ଥାତ ପ୍ରାୟ ୯୮ ଲକ୍ଷ ଟଙ୍କା ସରକାରୀ ସୁବିଧା ପାଇ ସାରିଥିଲେ।

ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ୫୦ ବର୍ଷିୟ ବାରବରା ଇଓଲେ ପ୍ରାୟ ୨୪ବର୍ଷ ଧରି ଏହି ଠକେଇ ଚଳାଇଆସୁଥିଲେ ଏବଂ ସରକାରଙ୍କୁ ପ୍ରତାରଣା କରି ଲାଭ ମଧ୍ୟ ଜାରି ରଖିଥିଲେ। ବାରବରା ଦାବି କରିଛନ୍ତି, ସେ ପାଞ୍ଚଟି ସନ୍ତାନ ଜନ୍ମ ଦେଇଛନ୍ତି ଏବଂ ୧୨ ଟି ଗର୍ଭପାତ କରିଛନ୍ତି। ଏଥିପାଇଁ ତାଙ୍କୁ ସରକାରୀ ସୁବିଧା ଭାବରେ ୯୫ ଲକ୍ଷରୁ ଅଧିକ ଟଙ୍କା ମିଳିଛି। ଏହା ବ୍ୟତୀତ ସେ ପ୍ରତ୍ୟେକ ଗର୍ଭଧାରଣ ଏବଂ ଗର୍ଭପାତ ନାମରେ ମାତୃତ୍ୱ ଛୁଟି ମଧ୍ୟ ନେଉଥିଲେ। ଅଭିଯୁକ୍ତ ମହିଳା ଜଣଙ୍କ କହିଛନ୍ତି, ଯେ ସେ ଗତ ବର୍ଷ ଡିସେମ୍ବରରେ ଏକ ଶିଶୁକୁ ଜନ୍ମ ଦେଇଛନ୍ତି ଏବଂ ଏହି ମହିଳା ଜଣଙ୍କ ପ୍ରକୃତରେ ଏକ ସନ୍ତାନକୁ ଜନ୍ମ ଦେଇଛନ୍ତି କି ନାହିଁ ତାହା ଜାଣିବା ପାଇଁ ଅଧିକାରୀମାନେ ଅନୁସନ୍ଧାନ ଆରମ୍ଭ କରିବା ପରେ ଏହି ଠକେଇ ସାମ୍ନାକୁ ଆସିଥିଲା। ରିପୋର୍ଟରେ ଦର୍ଶାଯାଇଛି ଯେ, ମହିଳା ଜଣଙ୍କ ଗର୍ଭବତୀ ଦେଖାଇବା ପାଇଁ ତକିଆ ବ୍ୟବହାର କରୁଥିଲେ। ଯାହାଫଳରେ କେହି ତାଙ୍କୁ ସନ୍ଦେହ କରୁନଥିଲେ। କିନ୍ତୁ ପଞ୍ଚମ ଥର ପାଇଁ ତାଙ୍କର ମିଥ୍ୟା ଧରାପଡିଗଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri