ଭୁବନେଶ୍ୱରରେ ୫୦୦ ଏକର ସରକାରୀ ଜମି ଜବରଦଖଲ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର,୧।୧୨: ଭୁବନେଶ୍ୱରରେ ୫୦୦ ଏକର ସରକାରୀ ଜମି ଧନୀ ତଥା ପ୍ରଭାବଶାଳୀ ବ୍ୟକ୍ତିବିଶେଷଙ୍କ ଦ୍ୱାରା ବେଆଇନ ଭାବେ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି।

ଭୁବନେଶ୍ୱର ମହାନଗର ନିଗମ (BMC) ଅଧୀନରେ ଥିବା ବାପୁଜୀ ନଗର, ଅଶୋକ ନଗର, ଗଙ୍ଗା ନଗର, ସହିଦ ନଗର, ସୂର୍ଯ୍ୟ ନଗର, ବମିଖାଲ, ଝାରପଡ଼ା ଏବଂ ପଟିଆ ଭଳି ପ୍ରମୁଖ ଅଞ୍ଚଳରେ ଏହି ବଡ଼ ଧରଣର ଜବରଦଖଲ ହୋଇଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଏହି ବେଆଇନ କବ୍‌ଜାକୁ ହଟାଇବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ଏବଂ ଉଚ୍ଛେଦ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଖୁବ୍ ଶୀଘ୍ର ଏକ ସ୍ୱତନ୍ତ୍ର କମିଟି ଗଠନ କରାଯିବ। ଚଳିତ ବର୍ଷ ସୁଦ୍ଧା ୭୦ ଏକର ଜବରଦଖଲ ସରକାରୀ ଜମିକୁ ମୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି।

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି ଜବରଦଖଲ ଉପରେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ପ୍ରଭାବଶାଳୀ ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ। କେତେକ ପ୍ରଭାବଶାଳୀ ବ୍ୟକ୍ତି ସରକାରୀ ଜମିରେ ଘର ତୋଳି ଭଡ଼ାରେ ଲଗାଇଥିବା ମଧ୍ୟ ଜଣାପଡ଼ିଛି।

ମନ୍ତ୍ରୀ କହିଛନ୍ତି ଯେ ଏପରି ଅପରାଧୀଙ୍କୁ ଚିହ୍ନଟ କରିବା ଏବଂ କଠୋର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଏମ୍‌ସି କମିଶନର, ବିଡିଏ ଓ ମେୟରଙ୍କ ସହିତ ସମନ୍ୱୟ ରକ୍ଷା କରାଯିବ। ସରକାର ରାଜଧାନୀକୁ ଜବରଦଖଲମୁକ୍ତ କରିବା ସହ ଗରିବଙ୍କୁ ଗୃହ ସହାୟତା ଯୋଗାଇ ଦେବା ଉପରେ ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri