୨୩ ବର୍ଷ ପରେ ହାଇକୋର୍ଟଙ୍କ ରାୟ: ସରକାରୀ ଖାତାକୁ ଫେରିବ ୫ଶହ ଏକର ଜମି

ପୁରୀ ଅଫିସ,୧୦।୬: ସରକାରଙ୍କ ମାଲିିିିିକାନାକୁ ଫେରିବ ପୁରୀ ସିପସରୁ ବାଲି ଅଞ୍ଚଳରେ ଥିବା ୫ଶହ ଏକରରୁ ଅଧିକ ଜମି। ରାଜ୍ୟ ସରକାରଙ୍କ ସପକ୍ଷରେ ଏହି ରାୟ ଶୁଣାଇଛନ୍ତି ହାଇକୋର୍ଟ। ଦୀର୍ଘ ୨୩ ବର୍ଷ ଧରି ରାଧାକାନ୍ତ ମଠ ପକ୍ଷରୁ ଚାଲିଥିବା ମାମଲାର ଶୁଣାଣି କରି ଗତ ୭ତାରିଖରେ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଧାକାନ୍ତ ମଠ ପକ୍ଷରୁ ସିପସରୁବାଲି ଅଞ୍ଚଳର ୫ଶହ ଏକର ଜମିକୁ ନିିଜର ବୋଲି ଦାବି କରାଯାଇଆସୁଥିଲା। ୧୯୯୯ ମସିହାରେ ଏ ନେଇ ମଠ ପକ୍ଷରୁ ହାଇକୋର୍ଟରେ ରିଟ୍‌ ପିଟିଶନ ଦାୟର କରାଯାଇଥିଲା।
ଉଲ୍ଲେଖଯୋଗ୍ୟ, ସିପସରୁବାଲି ଅଞ୍ଚଳର ୫୩୩ ଏକର ଜମିର ମାଲିକାନା ଦାବି କରି ରାଧାକାନ୍ତ ମଠ ପକ୍ଷରୁ ୧୯୯୬ ମସିହାରେ ପ୍ରଥମେ ପୁରୀ ତହସିଲଦାରଙ୍କ କୋର୍ଟରେ ମାମଲା ହୋଇଥିଲା। ତହସିଲଦାର ଏଭଳି ଦାବି ଖାରଜ କରିବା ପରେ ଉପଜିଲାପାଳଙ୍କ କୋର୍ଟରେ ଆବେଦନ କରାଯାଇଥିଲା। ସେଠାରେ ମଧ୍ୟ ମାମଲା ଖାରଜ ହେଲା। ଏହାପରେ ଅତିରିକ୍ତ ଜିଲାପାଳଙ୍କ କୋର୍ଟରେ ଏସଂକ୍ରାନ୍ତ ଆବେଦନ ଖାରଜ ହୋଇଥିଲା। ପରେ ୧୯୯୯ରେ ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ କରାଯାଇଥିଲା। ତାହା ଏପର୍ଯ୍ୟନ୍ତ ବିଚାରାଧୀନ ଥିଲା। ବିଭିନ୍ନ ପକ୍ଷକୁ ଶୁଣିବା ପରେ ହାଇକୋର୍ଟ ଗତ ୭ ତାରିଖରେ ରାୟ ଶୁଣାଇଛନ୍ତି। ରାୟରେ ଜମିର ମାଲିକାନା ସରକାରଙ୍କ ପାଖରେ ରହିବ ବୋଲି କହିଛନ୍ତି। ସରକାରୀ ଖାତାକୁ ଜମି ଫେରାଇବା ପାଇଁ କାର୍ଯ୍ୟକ୍ରମ ହାତକୁ ନେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏବେ ସରକାରୀ ଖାତାକୁ ଜମି ଫେରାଇବା ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ପ୍ରଶାସନ ସ୍ପଷ୍ଟ କରିଛି। ୨୦୧୨ରେ ହାଇକୋର୍ଟ ଏକ ଅନ୍ତରୀଣ ରାୟରେ ମଠ ପାଖରେ ଜମିର ମାଲିକାନା ରହିବ ବୋଲି କହିଥିଲେ। ମାତ୍ର ୭ତାରିଖ ରାୟ ପରେ ଅନ୍ତରୀଣ ରାୟ ନାକଚ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri