୫୦୦ କୋଟି ଲୋକ ଶୋଷରେ ହେବେ ଆଉଟୁପାଉଟୁ…

ଓ୍ବାଶିଂଟନ,୬।୧୦: ଏବେ ପୃଥିବୀରେ ଜାରି ରହିଥିବା ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ଧାରାରେ ପରିବର୍ତ୍ତନ ନ ଆସିଲେ ଆଉ ୩୦ ବର୍ଷ ପରେ ୨୦୫୦ ବେଳକୁ ସ୍ଥିତି ଅଣାୟତ ହେବ। ପୃଥିବୀର ୫୦୦ କୋଟି ଲୋକ ପିଇବା ପାଣି ମୁନ୍ଦେ ନ ପାଇ ଶୋଷରେ ଆଉଟୁପାଉଟୁ ହେବେ। ଏନେଇ ‘ଦ ଷ୍ଟେଟ୍‌ ଅଫ୍‌ କ୍ଲାଇମେଟ୍‌ ସର୍ଭିସ୍‌ ୨୦୨୧: ଓ୍ବାଟର’ ରିପୋର୍ଟରେ ପ୍ରକାଶ ପାଇଛି।

୨୦୧୮ରେ ପୃଥିବୀର ୩୬୦ କୋଟି ଲୋକ ବର୍ଷକୁ ମାସେ ପିଇବା ପାଣି ପାଊ ନ ଥିବା ଜାତିସଂଘର ଓ୍ବାଲର୍‌ଡ ମେଟ୍ରୋଲୋଜିକାଲ ଅର୍ଗାନାଇଜେଶନ ପକ୍ଷରୁ ପ୍ରକାଶିତ ହୋଇଛି। ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ଗ୍ଲାସଗୋଠାରେ ଅକ୍ଟୋବର ୩୧ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଜଳ ସଙ୍କଟ ରିପୋର୍ଟ ପ୍ରକାଶିତ ହୋଇଛି।

୨୦୦୦ ପରେ ପୃଥିବରରେ ଜଳ ସଙ୍କଟ ବଢ଼ିବାରେ ଲାଗିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗତ ୨୦ ବର୍ଷ ଧରି ପୃଥିବୀ ପୃଷ୍ଠରେ ଥିବା ଜଳର ପରିମାଣ ବର୍ଷ ପିଛା ୧ ସେଣ୍ଟିମିଟର ହାରରେ କମିବାରେ ଲାଗିଛି। ଏହା ଜାରି ରହିଲେ ମହାବିପତ୍ତି ଆସିବାର ଆଶଙ୍କା ରହିଥିବା ରିପୋର୍ଟରେ କୁହାଯାଇଛି।

ଗତ ୨୦ ବର୍ଷ ତୁଳନାରେ ଏବେ ବନ୍ୟା ବିଭୀଷିକା ୧୩୪ ପ୍ରତିଶତ ବୃଦ୍ଧି ପାଇଛି। ସେହିପରି ମରୁଡ଼ି ଘଟଣା ୩୦ ପ୍ରତିଶତ ବଢ଼ିଛି। ଏହାର ମୂଳ କାରଣ ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri