ରାଜ୍ୟରେ ୫୦୦ମୁହାଁ ଡେଙ୍ଗୁ

ଭୁବନେଶ୍ୱର,୧୨ା୭(ଅସମାପିକା ସାହୁ): ରାଜ୍ୟରେ ଏବେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମାସକରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣାରୁ ଅଧିକ ବୃଦ୍ଧି ପାଇଛି। ଗତ ମାସ ୧୦ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଳିଥିବା ସୂଚନାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫ ଥିବାବେଳେ ଏବେ ସୁଦ୍ଧା ରାଜ୍ୟରେ ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇସାରିଲେଣି। ଏଯାଏଁ ମୋଟ ୩୫,୪୭୦ ଟେଷ୍ଟିଂ ହୋଇଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୩୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବୁଧବାର ୩୩ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ଷା ଋତୁ ଆସିଥିବାରୁ ରାଜ୍ୟରେ ମ୍ୟାଲେରିଆ ବଢ଼ିଛି। ମଶାବଂଶ ବୃଦ୍ଧିକୁ ରୋକାଯିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି।
ମିଶ୍ରଙ୍କ ସୂଚନାନୁସାରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ହୋଇଛି। ଏଥିରେ ସବୁ ବିଭାଗର ସଚିବମାନେ ଉପସ୍ଥିତ ଥିଲେ। ସେମାନଙ୍କୁ ସତର୍କ ରହିବା ସହ ମାର୍ଗଦର୍ଶିକା ଜାରି କରାଯାଇଛି। ମଶାବଂଶ ବୃଦ୍ଧିକୁ ରୋକାଯିବା ପାଇଁ ଆବଶ୍ୟକ

ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲ ପ୍ରଧାନଶିକ୍ଷକମାନେ ପିଲାଙ୍କୁ ସଚେତନ କରିବାକୁ କୁହାଯାଇଛି। ହଷ୍ଟେଲରେ ମଶାରି ଟାଙ୍ଗି ଶୋଇବାକୁ ମଧ୍ୟ କୁହାଯାଇଛି। ସ୍କୁଲ ପାଖରେ ଯେଭଳି ପାଣି ନ ଜମେ, ଧୂଆଁ ଦିଆଯିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦେବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri