ଦିଲ୍ଲୀ ଗଲେ ୫୦୦ ଚାଷୀ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ନୂତକ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦିଲ୍ଲୀରେ ଚାଷୀ ଆନ୍ଦୋଳନ ଚାଲିଛି। ଏହାକୁ ସମର୍ଥନ ଜଣାଇ ଶୁକ୍ରବାର ଓଡ଼ିଶାରୁ ପାଖାପାଖି ୫୦୦ ଚାଷୀ ବସ୍‌ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ଚାଲିଥିବା ଚାଷୀ ଆନ୍ଦୋଳନରେ ନବନିର୍ମାଣ କୃଷକ ସଙ୍ଗଠନ ଏକ ସକ୍ରିୟ ଜାତୀୟ ସଙ୍ଗଠନର ଭୂମିକା ନେଇଛି। ଏହାର ମୁଖ୍ୟ ତଥା ଜାତୀୟ ସଂଯୋଜକ ଅକ୍ଷୟ କୁମାର ଦିଲ୍ଲୀରେ ମାସାଧିକ କାଳ ଆନ୍ଦୋଳନରେ ରହିବା ସହ ଦୁଇଥର କେନ୍ଦ୍ର ସରକାରଙ୍କ ସହ ଆଲୋଚନାରେ ଭାଗ ନେଇଛନ୍ତି। ତେବେ ଦିଲ୍ଲୀ ଯାତ୍ରା ପୂର୍ବରୁ ଲୋୟର ପିଏମ୍‌ଜିରେ ଚାଷୀ ସମାବେଶ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ କୃଷକ ନେତାଙ୍କ ସମେତ ସଙ୍ଗଠନର ଉପଦେଷ୍ଟା ରବି ଦାସ ଚାଷୀଙ୍କୁ ଉଦ୍‌ବୋଧନ ଦେଇ ଓଡ଼ିଶା ଚାଷୀଙ୍କ ଯୋଗଦାନ ଚାଷୀ ଆନ୍ଦୋଳନକୁ ତେଜିଆନ କରିବ ବୋଲି କହିଥିଲେ। ଅକ୍ଷୟ କୁମାର କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି କହିଲେ, କେନ୍ଦ୍ର ସରକାର ଆଲୋଚନା ନାଁରେ ତାରିଖ ଗଡ଼ାଇ ଚାଷୀ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ଯେଉଁ ଅପଚେଷ୍ଟା କରୁଛନ୍ତି ତାହା କେବେ ସଫଳ ହେବ ନାହିଁ। ଲମ୍ବା ଲଢ଼େଇରେ ଚାଷୀଙ୍କ ଐତିହାସିକ ବିଜୟ ହେବ। ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ କହିଲେ, ବିଷ ଲଡୁ ଧରି ମୂଷାଙ୍କୁ ଯେମିତି ମରାଯାଏ ସେମିତି କଳା କାନୁନ୍‌ ମାଧ୍ୟମରେ କେନ୍ଦ୍ର ସରକାର ଚାଷୀଙ୍କୁ ମାରିବା ପାଇଁ ଅଭିଯାନ ଚଳାଇଛନ୍ତି। ଏହାର ଦୃଢ଼ ଜବାବ ଦେବା ପାଇଁ ଓଡ଼ିଶାର ଚାଷୀ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନ ଗୋଟିଏ ଦୁଇଟି ରାଜ୍ୟର ଆନ୍ଦୋଳନ ନୁହେଁ ବୋଲି ଓଡ଼ିଶା ଲୋକେ ଦିଲ୍ଲୀରେ ପହଞ୍ଚତ୍ ପ୍ରମାଣ କଲେଣି। ଚାଷୀ ଆନ୍ଦୋଳନର ନିଆଁକୁ କେନ୍ଦ୍ର ସରକାର ଭବିଷ୍ୟତରେ ରୋକିପାରିବେ ନାହିଁ ବୋଲି ସେ କହିଥିଲେ। ସମାବେଶରେ ସଙ୍ଗଠନର ରାଜ୍ୟ ସହ ସଂଯୋଜକ ନିମାଇଁ ରାୟ, ରଶ୍ମିରଞ୍ଜନ ସ୍ବାଇଁ, ଉମାକାନ୍ତ ଭାରତ ଓ ଯୁବଛାତ୍ର ସଂଯୋଜକ ମନୱାର ଅଲ୍ଲୀ ଯୋଗ ଦେଇଥିଲେ। ଏହି ଯାତ୍ରା କୋଲକାତା, ରାଞ୍ଚତ୍, ଉତ୍ତର ପ୍ରଦେଶ ଦେଇ ଦିଲ୍ଲୀରେ ପହଞ୍ଚତ୍ବ। ଜାନୁୟାରୀ ୨୬ରେ ଟ୍ରାକ୍ଟର ପରେଡ୍‌ରେ ଚାଷୀମାନେ ସାମିଲ ହେବେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀ ଜାତୀୟ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri