ଆତ୍ମସାତ କରି ଦେବାକୁ ବସିଥିଲେ ୫୦୦କ୍ୱିଣ୍ଟାଲ ପିଡିଏସ୍‌ ଚାଉଳ: ପହଞ୍ଚିଗଲା ଯୋଗାଣ ବିଭାଗ

କେସିଙ୍ଗା,୯।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେରସ୍ଥିତ ଏକ ସମତା ଇଣ୍ଡଷ୍ଟ୍ରିରୁ ଚୋରା ପିଡିଏସ୍‌ ଚାଉଳ ଜବତ ହୋଇଛି। ଶନିବାର ରାତିରେ ଚାଉଳ ଅନ୍‌ଲୋଡ ସମୟରେ ଜିଲା ଯୋଗାଣ ଅଧିକାରୀ ପବିତ୍ର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଯୋଗାଣ ବିଭାଗର ୪ ଜଣିଆ ଟିମ୍‌ ଓ ପୋଲିସ ଛଢ଼ାଉ କରି ୪ଟି ଗୋଦାମ ଓ ୨ଟି ମୁଖ୍ୟ ଗେଟ୍‌କୁ ସିଲ କରିଥିଲେ। ଡ୍ରାଇଭର ଗିରଫ ହୋଇଥିବା ବେଳେ ଇଣ୍ଡଷ୍ଟ୍ରି ମାଲିକ ଫେରାର ଅଛନ୍ତି। ରବିବାର ସକାଳେ ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କେସିଙ୍ଗା ତହସିଲଦାର ଜ୍ୟୋତିର୍ମୟ କର ମାଜେଷ୍ଟ୍ରିଙ୍କ ଉପସ୍ଥିତିରେ ୫୦୦ରୁ ଊଦ୍ଧର୍‌ବ କ୍ୱିଣ୍ଟାଲ ଚାଉଳ ଜବତ କରିଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ପିଡ଼ିଏସ ଚାଉଳ ଭବାନୀପାଟଣାର ଫେଜ ନଂ. ୧ରୁ ଗତ ଶନିବାର ଏକ ଟ୍ରକ ନଂ. (ଓ.ଡି.୦୮ଇ-୩୦୪୦) ଯୋଗେ ୨୪୦ ବସ୍ତା ଚାଉଳ ବୋଝେଇ କରି ଥୁଆମୂଳ ରାମ ବ୍ଲକର ସିନ୍ଧିପଦର ପଞ୍ଚାୟତକୁ ଯିବାର ଥିଲା। କିନ୍ତୁ ଗାଡି ଡ୍ରାଇଭର ମୁନମୁନ ଦଣ୍ଡସେନା (୩୧) ଭବାନୀପାଟଣାରୁ କେସିଙ୍ଗା ଯାଇଥିବା ଏନଏଚ୍‌ ୨୬ ପାର୍ଶ୍ୱରେ ଥିବା ଚାଞ୍ଚେର ସମତା ଇଣ୍ଡଷ୍ଟ୍ରିକୁ ନେଇ ୨୪୦ବସ୍ତା ପିଡିଏସ ଚାଉଳ ଅନଲୋଡ ସମୟରେ ଯୋଗାଣ ବିଭାଗ କେସିଙ୍ଗା ପୋଲିସ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri