Posted inଜାତୀୟ

ରାସ୍ତାରେ ଉଡ଼ିଲା ୫୦୦ ଟଙ୍କିଆ ନୋଟ୍‌

ଭୋପାଳ, ୨।୨: ଜାତୀୟ ରାଜପଥରେ ହଠାତ୍‌ ୫୦୦ ଟଙ୍କିଆ ନୋଟ୍‌ ଉଡ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏଭଳି ଘଟଣା ରବିବାର ମଧ୍ୟପ୍ରଦେଶର ସିଓନି-ନାଗପୁର ରାଜପଥରେ ଘଟିଛି। କିଛି ଲୋକ କାର ବନେଟ୍‌ରେ ୨କୋଟି ଟଙ୍କା ଲୁଚାଇ ନେଉଥିବା ସମୟରେ ଧରା ପଡ଼ିଛନ୍ତି। ବନେଟ୍‌ ଗରମ ହୋଇଯିବାରୁ ଏଥିରେ ଥିବା ଟଙ୍କାରେ ନିଆଁ ଲାଗିଯାଇଥିଲା। ବନେଟ୍‌ରୁ ଧୂଆଁ ବାହାରିଥିଲା। କାର୍‌ର ବନେଟ୍‌ ଖୋଲାଯାଇଥିଲା। ଫଳରେ ଶହ ଶହ ଅଧାପୋଡ଼ା ୫୦୦ ଟଙ୍କିଆ ନୋଟ୍‌ ରାସ୍ତାରେ ଉଡ଼ିବୁଲିଥିଲା। ରାସ୍ତାରେ ଏତେ ସଂଖ୍ୟକ ନୋଟ୍‌ ଦେଖି ଯିବା ଆସିବା କରୁଥିବା ଲୋକେ ଅଟକି ଏହାକୁ ଗୋଟାଉଥିବାର ଦେଖିବାକୁ ମିଳିଥିଲା। ଏସମ୍ପର୍କରେ ରାଜପଥ ନିକଟରେ ଥିବା ବନହାନି ଗାଁ ଲୋକେ ପୋଲିସକୁ ସୂଚନା ଦେଇଥିଲେ। କାର୍‌ରେ ଥିବା ଲୋକେ ଭୟରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲେ। ସୁରକ୍ଷିତ ରହିଥିବା ୧ କୋଟି ୭୪ ଲକ୍ଷ ଟଙ୍କାକୁ ପୋଲିସ ଜବତ କରିଛି। ଘଟଣାର ତଦନ୍ତ ଜାରି ରହିଛି। ଇତିମଧ୍ୟରେ ଉତ୍ତରପ୍ରଦେଶର ୩ ଜଣ ଅଭିଯୁକ୍ତଙ୍କୁ ଏହି ମାମଲାରେ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଜୋନପୁରର ୨ ବାସିନ୍ଦା ସୁନୀଲ ଏବଂ ନ୍ୟାସ୍‌ ଥିବାବେଳେ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଆଜମଗଡ଼ର ବାସିନ୍ଦା ହରିଓମ୍‌ ଭାବେ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri