Posted inରାଜ୍ୟ

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି, ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ୧୦୦୦ ଟଙ୍କା

ଭୁବନେଶ୍ଵର,୧୦।୨: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri