Posted inରାଜ୍ୟ

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି, ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ୧୦୦୦ ଟଙ୍କା

ଭୁବନେଶ୍ଵର,୧୦।୨: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri