ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର ନମୁନା ସଂଗ୍ରହ ଶେଷ ହୋଇଛି। ୩ ଦିନରେ ଜିଲାରୁ ୫୦୦ ରକ୍ତ ନମୁନା ସଂଗ୍ରହ ହୋଇଛି। ଜିଲାର ୧୦ କ୍ଲଷ୍ଟର ସମେତ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଏହି ରକ୍ତ ନମୁନା ସଂଗ୍ରହ ହୋଇଛି।

ସୂଚନାଯୋଗ୍ୟ, କେତେଜଣଙ୍କ ଶରୀରରେ କରୋନା ଆଣ୍ଟିବଡି ତଥା ଇମୁନୋଗ୍ଲୋବିନ୍‌-ଜି ଓ ଇମୁନୋଗ୍ଲୋବିନ୍‌-ଏମ୍‌ର ପରିମାଣ କେତେ ରହିଛି ତାହା ଜାଣିବା ନିମନ୍ତେ ଶିଶୁ, ବୟସ୍କ ଏବଂ ୨ଟି ଡୋଜ୍‌ ଟିକା ନେଇଥିବା ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା କରାଯିବ। ଏଥିନିମନ୍ତେ ଭୁବନେଶ୍ୱରସ୍ଥିତ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି ପକ୍ଷରୁ ୩ ଦିନ ନମୁନା ସଂଗ୍ରହ କରାଯାଇଥିଲା। ଏହି ନମୁନା ପୁନେସ୍ଥିତ ଆଇସିଏମ୍‌ଆର୍‌ରେ ପରୀକ୍ଷା କରାଯିବ। ବୈଜ୍ଞାନିକ ଡା. ଅଞ୍ଜନ ବିଶୋୟୀ ୧୧ ଜଣିଆ ଟିମ୍‌ ଶନିବାର ରାୟଗଡ଼ା ଜିଲାର ଶେଷଖାଲର ରାଣାଗୁଡ଼ା, ରାୟଗଡ଼ା ପୌରାଞ୍ଚଳ ୧୦ ନଂ ଓ୍ବାର୍ଡ, ପଦ୍ମପୁର ବ୍ଲକ୍‌ର ଜାତିଲି ଗ୍ରାମ ଏବଂ ଗୁଣପୁର ବ୍ଲକ୍‌ ମରମା ପଞ୍ଚାୟତର ଦୁର୍ଗମ ପାରିଡ଼ି ଗ୍ରାମରୁ ନମୁନା ସଂଗ୍ରହ କରାଯାଇଥିଲା। ଏହି ସର୍ଭେରେ ୬ରୁ ୯ ବର୍ଷର ଶିଶୁ, ୯ ରୁ ୧୭ ବର୍ଷର କିଶୋର ଏବଂ ବୟସ୍କଙ୍କୁ ମଧ୍ୟ ସାମିଲ କରାଯାଇଥିଲା। ୧୦ କ୍ଲଷ୍ଟରରୁ ୪୦ ଲେଖାଏ ୪୦୦ ନମୁନା ଏବଂ ଅନ୍ୟ ୧୦୦ ନମୁନା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri