Posted inଜାତୀୟ

ରାଜଧାନୀରେ ଲଗାଯିବ ୫୦୦ ତ୍ରିରଙ୍ଗା…

ନୂଆଦିଲ୍ଲୀ, ୪।୬ : ଏକ କାର୍ଯ୍ୟକ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି ଯେ ଅଗଷ୍ଟ ୧୫ ସୁଦ୍ଧା ଦିଲ୍ଲୀରେ ୫୦୦ ତ୍ରିରଙ୍ଗା ଲଗାଯିବ। ତ୍ରିରଙ୍ଗାର ଯତ୍ନ ନେବା ପାଇଁ ସ୍ବେଚ୍ଛାସେବୀ କମିଟି ମଧ୍ୟ ଗଠନ କରାଯିବ। କେଜ୍ରିୱାଲ କହିଛନ୍ତି ଯେ ପ୍ରତ୍ୟେକ ତ୍ରିରଙ୍ଗା ସମ୍ମାନ କମିଟିରେ ୧,୦୦୦ ସ୍ବେଚ୍ଛାସେବୀ ରହିବେ।

ଶନିବାର ତ୍ୟାଗରାଜ ଷ୍ଟାଡିୟମରେ ତ୍ରିରଙ୍ଗା ସମ୍ମାନ କମିଟିର ସ୍ବେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିବା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେଜ୍ରିୱାଲ କହିଛନ୍ତି ଯେ ତାଙ୍କ ସରକାର ଦେଶପ୍ରେମ ବଜେଟ ଅନ୍ତର୍ଗତ ରାଜଧାନୀରେ ଏସବୁ ତ୍ରିରଙ୍ଗା ଲଗାଇବେ।

ସେ କହିଛନ୍ତି ଯେ ଯେଉଁ ଦିନ ୧୩୦ କୋଟି ଲୋକ ଏକାଠି ଭାରତ ପାଇଁ ଚିନ୍ତା କରିବା ଆରମ୍ଭ କରିବେ, ସେହି ଦିନ ଦାରିଦ୍ର୍ୟ ଦୂର ହେବ, ଭାରତ ଅଗ୍ରଗତି କରିବ ଏବଂ ବିଶ୍ୱ ଗୁରୁ ହେବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ଦିଲ୍ଲୀର ବିଭିନ୍ନ ସ୍ଥାନରେ ୨୦୦ ତ୍ରିରଙ୍ଗା ଲଗାଯିବ। ଅଗଷ୍ଟ ୧୫ ସୁଦ୍ଧା ମୋଟ ୫୦୦ ତ୍ରିରଙ୍ଗା ସ୍ଥାପନ କରାଯିବ। ଗତ ବର୍ଷ ଦିଲ୍ଲୀ ସରକାର ଦେଶପ୍ରେମୀ ବଜେଟର ଏକ ଅଂଶ ଭାବରେ ସହରରେ ୧୧୫ ଫୁଟ ଉଚ୍ଚତା ବିଶିଷ୍ଟ ୫୦୦ ତ୍ରିରଙ୍ଗା ସ୍ଥାପନ କରିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri