୫ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୫ ହଜାର ଟପିଛି। ଏହା ୫ ହଜାର ୨୩୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୭ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୨୮ ହଜାର ଟପିଛି। ଏହା ୨୮ ହଜାର ୮୫୭ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୩୪୫ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୭୧୫ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୯୦ ହଜାର ୨୮୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୩୬ ହଜାର ୭୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୪ କୋଟି ୪୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧,୮୮୧ ଜଣ, କେରଳରେ ୧,୪୯୪ ଜଣ, ଦିଲ୍ଲୀରେ ୪୫୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୩୪୮ ଜଣ, ହରିୟାଣାରେ ୨୨୭ ଜଣ, ତାମିଲନାଡୁରେ ୧୪୪ ଜଣ, ଉତ୍ତରପ୍ରଦେଶରେ ୧୨୭ ଜଣ, ତେଲେଙ୍ଗାନାରେ ୧୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri