ପାଠକ ବାପ, ପୁଅଙ୍କ ବିରୋଧରେ ୫ହଜାର ପୃଷ୍ଠାର ଚାର୍ଜଶିଟ୍‌

ଭୁବନେଶ୍ୱର,୨୩।୮(ସତ୍ୟଜିତ୍‌ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ବିରୋଧରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଭିଜିଲାନ୍ସ ପକ୍ଷରୁ ୫ ହଜାର ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଅଭିଯୁକ୍ତ ବାପ, ପୁଅଙ୍କଠାରୁ ୧୪ କୋଟି ୨୫ ଲକ୍ଷ ୪୬ ହଜାର ୯୦୧ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିବା ଭିଜିଲାନ୍ସ ଚାର୍ଜଶିଟ୍‌ରେ ଉଲ୍ଲେଖ କରିଥିବା ସୂଚନା ଦେଇଛି। ତେବେ ଏହି ଚାର୍ଜଶିଟ୍‌ ଦାଖଲ ହୋଇଥିବାବେଳେ ପରବର୍ତ୍ତୀ ସମୟରେ କୋର୍ଟ ଅଭିଯୁକ୍ତଦ୍ୱୟଙ୍କ ନାମରେ ଚାର୍ଜଫ୍ରେମ୍‌ କରିବେ। ଏହାପରେ ଏହି ମାମଲାର ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବ।
ସୂଚନା ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୨୦୨୦ ନଭେମ୍ବର ୨୫ରେ ଭିଜିଲାନ୍ସ ପକ୍ଷରୁ ଅଭୟକାନ୍ତଙ୍କ ଘର, କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଓଡ଼ିଶାର ୭, ବିହାରର ୨, ମୁମ୍ବାଇ ଓ ପୁଣେର ୬ ଏବଂ ରାଜସ୍ଥାନର ଗୋଟିଏ ସ୍ଥାନ ସମେତ ମୋଟ ୧୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ରାଜ୍ୟ ଭିଜିଲାନ୍ସର ୧୫୦ରୁ ଊର୍ଦ୍ଧ୍ୱ ଅଫିସର ନିୟୋଜିତ ହୋଇଥିଲେ। ଯାଞ୍ଚରୁ ୬୦ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା, ସୁନା ଅଳଙ୍କାର, ବ୍ୟାଙ୍କ ଜମା ସମେତ ଅନ୍ୟାନ୍ୟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଏପରିକି ବାପ ଓ ପୁଅଙ୍କ ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରେ ୧୦ କୋଟିର ଜମା ଓ ୫ କୋଟିର ଟ୍ରାନ୍ସଫର୍‌ ଅର୍ଥରାଶି ସମ୍ପର୍କରେ ଭିଜିଲାନ୍ସ ଟିମ୍‌ ତଥ୍ୟ ପାଇଥିଲା। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା (ନଂ.୬/୨୦୨୦) ରୁଜୁ କରାଯାଇ ଅଭୟକାନ୍ତ ଏବଂ ପୁଅ ଆକାଶଙ୍କୁ ଗିରଫ କରାଯାଇଥିଲା। ଘଟଣାର ଅଧିକ ତଦନ୍ତ ପାଇଁ ୨୦ ଜଣିଆ ସଦସ୍ୟଙ୍କୁ ନେଇ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌ (ଏସ୍‌ଆଇଟି) ମଧ୍ୟ ଗଠନ ହୋଇଥିଲା। ପରେ ଉଭୟ ବାପ-ପୁଅଙ୍କୁ ଭିଜିଲାନ୍ସ ଟିମ୍‌ ରିମାଣ୍ଡରେ ଆଣି ବହୁ ତଥ୍ୟ ହାସଲ କରିଥିଲା। ତେବେ ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ଉକ୍ତ ବର୍ଷ ଡିସେମ୍ବର ୧୭ରେ ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ଅପରପକ୍ଷରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହି ମାମଲାର ବେଆଇନ ଆର୍ଥିକ କାରବାର ଦିଗକୁ ନେଇ ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ଇଡି ପକ୍ଷରୁ ଗତ ସପ୍ତାହରେ ଅଭୟକାନ୍ତ ଓ ଆକାଶଙ୍କ ବିରୋଧରେ ୩୦୦ ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍‌ ଦାଖଲ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri