ପାଠକ ବାପ, ପୁଅଙ୍କ ବିରୋଧରେ ୫ହଜାର ପୃଷ୍ଠାର ଚାର୍ଜଶିଟ୍‌

ଭୁବନେଶ୍ୱର,୨୩।୮(ସତ୍ୟଜିତ୍‌ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ବିରୋଧରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଭିଜିଲାନ୍ସ ପକ୍ଷରୁ ୫ ହଜାର ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଅଭିଯୁକ୍ତ ବାପ, ପୁଅଙ୍କଠାରୁ ୧୪ କୋଟି ୨୫ ଲକ୍ଷ ୪୬ ହଜାର ୯୦୧ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିବା ଭିଜିଲାନ୍ସ ଚାର୍ଜଶିଟ୍‌ରେ ଉଲ୍ଲେଖ କରିଥିବା ସୂଚନା ଦେଇଛି। ତେବେ ଏହି ଚାର୍ଜଶିଟ୍‌ ଦାଖଲ ହୋଇଥିବାବେଳେ ପରବର୍ତ୍ତୀ ସମୟରେ କୋର୍ଟ ଅଭିଯୁକ୍ତଦ୍ୱୟଙ୍କ ନାମରେ ଚାର୍ଜଫ୍ରେମ୍‌ କରିବେ। ଏହାପରେ ଏହି ମାମଲାର ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବ।
ସୂଚନା ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୨୦୨୦ ନଭେମ୍ବର ୨୫ରେ ଭିଜିଲାନ୍ସ ପକ୍ଷରୁ ଅଭୟକାନ୍ତଙ୍କ ଘର, କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଓଡ଼ିଶାର ୭, ବିହାରର ୨, ମୁମ୍ବାଇ ଓ ପୁଣେର ୬ ଏବଂ ରାଜସ୍ଥାନର ଗୋଟିଏ ସ୍ଥାନ ସମେତ ମୋଟ ୧୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ରାଜ୍ୟ ଭିଜିଲାନ୍ସର ୧୫୦ରୁ ଊର୍ଦ୍ଧ୍ୱ ଅଫିସର ନିୟୋଜିତ ହୋଇଥିଲେ। ଯାଞ୍ଚରୁ ୬୦ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା, ସୁନା ଅଳଙ୍କାର, ବ୍ୟାଙ୍କ ଜମା ସମେତ ଅନ୍ୟାନ୍ୟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଏପରିକି ବାପ ଓ ପୁଅଙ୍କ ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରେ ୧୦ କୋଟିର ଜମା ଓ ୫ କୋଟିର ଟ୍ରାନ୍ସଫର୍‌ ଅର୍ଥରାଶି ସମ୍ପର୍କରେ ଭିଜିଲାନ୍ସ ଟିମ୍‌ ତଥ୍ୟ ପାଇଥିଲା। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା (ନଂ.୬/୨୦୨୦) ରୁଜୁ କରାଯାଇ ଅଭୟକାନ୍ତ ଏବଂ ପୁଅ ଆକାଶଙ୍କୁ ଗିରଫ କରାଯାଇଥିଲା। ଘଟଣାର ଅଧିକ ତଦନ୍ତ ପାଇଁ ୨୦ ଜଣିଆ ସଦସ୍ୟଙ୍କୁ ନେଇ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌ (ଏସ୍‌ଆଇଟି) ମଧ୍ୟ ଗଠନ ହୋଇଥିଲା। ପରେ ଉଭୟ ବାପ-ପୁଅଙ୍କୁ ଭିଜିଲାନ୍ସ ଟିମ୍‌ ରିମାଣ୍ଡରେ ଆଣି ବହୁ ତଥ୍ୟ ହାସଲ କରିଥିଲା। ତେବେ ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ଉକ୍ତ ବର୍ଷ ଡିସେମ୍ବର ୧୭ରେ ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ଅପରପକ୍ଷରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହି ମାମଲାର ବେଆଇନ ଆର୍ଥିକ କାରବାର ଦିଗକୁ ନେଇ ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ଇଡି ପକ୍ଷରୁ ଗତ ସପ୍ତାହରେ ଅଭୟକାନ୍ତ ଓ ଆକାଶଙ୍କ ବିରୋଧରେ ୩୦୦ ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍‌ ଦାଖଲ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri