କରୋନାରେ ମୃତ୍ୟୁ ଲାଗି ମିଳିବ କ୍ଷତିପୂରଣ: ଆବେଦନ ତାରିଖ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୪(ବ୍ୟୁରୋ): ସରକାର କୋଭିଡ୍‌ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୫୦ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେବେ। ନଭେମ୍ବର ୩ ତାରିଖରୁ ରାଜ୍ୟରେ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଏହି କ୍ଷତିପୂରଣ ପାଇବା ନିମନ୍ତେ ଆବେଦନ ତାରିଖକୁ ଚଳିତବର୍ଷ ମେ’ ୨୮ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ କରୋନା ମୃତ୍ୟୁଜନିତ କ୍ଷତିପୂରଣ ପାଇବାକୁ ଏବେ ପ୍ରାୟ ୧୭,୫୦୦ଟି ଆବେଦନ ପଡ଼ି ରହିଥିବାବେଳେ ସେଥିରୁ ୧୬,୨୫୦ ଆବେଦନକାରୀଙ୍କୁ କ୍ଷତିପୂରଣ ମିଳିସାରିଛି।

ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ତାରିଖ କିମ୍ବା ତା’ପୂର୍ବରୁ କୋଭିଡ-୧୯ରେ ପ୍ରାଣ ହରାଇଛନ୍ତି ଓ ସେମାନଙ୍କ ସମ୍ପର୍କୀୟମାନେ ଯଦି ଏହି ସହାୟତା ରାଶି(୫୦ହଜାର ଟଙ୍କା) ପାଇନାହାନ୍ତି, ତା’ହେଲେ ସେମାନେ ଆବଶ୍ୟକୀୟ ଦସ୍ତାବିଜ ସହ ଅଫଲାଇନରେ ଜିଲାପାଳଙ୍କୁ କିମ୍ବା ଅନଲାଇନରେ ସରକାରଙ୍କ ୱେବସାଇଟ ମାଧ୍ୟମରେ ଆବେଦନ କରିପାରିବେ । ଯଦି କେହି କୋଭିଡ୍‌ରେ ପ୍ରାଣ ହରାଇଥିବେ ଅବା ଭବିଷ୍ୟତରେ ପ୍ରାଣ ହରାନ୍ତି ତା’ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାରବର୍ଗ ତାଙ୍କ ମୃତ୍ୟୁର ୯୦ଦିନ ମଧ୍ୟରେ ଆବଶ୍ୟକୀୟ ଦସ୍ତାବିଜ ସହ ଉଭୟ ଅଫଲାଇନ୍‌ କିମ୍ବା ଅନଲାଇନ୍‌ରେ ଆବେଦନ କରିପାରିବେ ।

ଯଦି କେହି କୌଣସି ଅସୁବିଧା ପାଇଁ ଏହି ଧାର୍ଯ୍ୟ ସମୟସୀମା ମଧ୍ୟରେ ଆବେଦନ କରିବାରେ ବିଫଳ ହୋଇଥିବେ, ତା’ହେଲେ ସେ ପ୍ରତି ଜିଲାରେ ଗଠିତ ଅଭିଯୋଗ ସମାଧାନ କମିଟି ମାଧ୍ୟମରେ ଆବେଦନ କରିପାରିବେ । ଆବେଦନ କରିବାର ୩୦ଦିନ ମଧ୍ୟରେ ଏହି ଅନୁକମ୍ପାମୂଳକ ସହାୟତା ରାଶି କୋଭିଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ । ଆବଶ୍ୟକସ୍ଥଳେ ସରକାରଙ୍କ ହେଲ୍ପଲାଇନ ନଂ ୧୫୫୩୫କୁ ଫୋନ କରି ଏହି ସହାୟତା ପାଇପାରିବେ ବୋଲି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଦ୍ୱାରା ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?