କରୋନାରେ ମୃତ୍ୟୁ ଲାଗି ମିଳିବ କ୍ଷତିପୂରଣ: ଆବେଦନ ତାରିଖ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୪(ବ୍ୟୁରୋ): ସରକାର କୋଭିଡ୍‌ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୫୦ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେବେ। ନଭେମ୍ବର ୩ ତାରିଖରୁ ରାଜ୍ୟରେ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଏହି କ୍ଷତିପୂରଣ ପାଇବା ନିମନ୍ତେ ଆବେଦନ ତାରିଖକୁ ଚଳିତବର୍ଷ ମେ’ ୨୮ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ କରୋନା ମୃତ୍ୟୁଜନିତ କ୍ଷତିପୂରଣ ପାଇବାକୁ ଏବେ ପ୍ରାୟ ୧୭,୫୦୦ଟି ଆବେଦନ ପଡ଼ି ରହିଥିବାବେଳେ ସେଥିରୁ ୧୬,୨୫୦ ଆବେଦନକାରୀଙ୍କୁ କ୍ଷତିପୂରଣ ମିଳିସାରିଛି।

ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ତାରିଖ କିମ୍ବା ତା’ପୂର୍ବରୁ କୋଭିଡ-୧୯ରେ ପ୍ରାଣ ହରାଇଛନ୍ତି ଓ ସେମାନଙ୍କ ସମ୍ପର୍କୀୟମାନେ ଯଦି ଏହି ସହାୟତା ରାଶି(୫୦ହଜାର ଟଙ୍କା) ପାଇନାହାନ୍ତି, ତା’ହେଲେ ସେମାନେ ଆବଶ୍ୟକୀୟ ଦସ୍ତାବିଜ ସହ ଅଫଲାଇନରେ ଜିଲାପାଳଙ୍କୁ କିମ୍ବା ଅନଲାଇନରେ ସରକାରଙ୍କ ୱେବସାଇଟ ମାଧ୍ୟମରେ ଆବେଦନ କରିପାରିବେ । ଯଦି କେହି କୋଭିଡ୍‌ରେ ପ୍ରାଣ ହରାଇଥିବେ ଅବା ଭବିଷ୍ୟତରେ ପ୍ରାଣ ହରାନ୍ତି ତା’ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାରବର୍ଗ ତାଙ୍କ ମୃତ୍ୟୁର ୯୦ଦିନ ମଧ୍ୟରେ ଆବଶ୍ୟକୀୟ ଦସ୍ତାବିଜ ସହ ଉଭୟ ଅଫଲାଇନ୍‌ କିମ୍ବା ଅନଲାଇନ୍‌ରେ ଆବେଦନ କରିପାରିବେ ।

ଯଦି କେହି କୌଣସି ଅସୁବିଧା ପାଇଁ ଏହି ଧାର୍ଯ୍ୟ ସମୟସୀମା ମଧ୍ୟରେ ଆବେଦନ କରିବାରେ ବିଫଳ ହୋଇଥିବେ, ତା’ହେଲେ ସେ ପ୍ରତି ଜିଲାରେ ଗଠିତ ଅଭିଯୋଗ ସମାଧାନ କମିଟି ମାଧ୍ୟମରେ ଆବେଦନ କରିପାରିବେ । ଆବେଦନ କରିବାର ୩୦ଦିନ ମଧ୍ୟରେ ଏହି ଅନୁକମ୍ପାମୂଳକ ସହାୟତା ରାଶି କୋଭିଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ । ଆବଶ୍ୟକସ୍ଥଳେ ସରକାରଙ୍କ ହେଲ୍ପଲାଇନ ନଂ ୧୫୫୩୫କୁ ଫୋନ କରି ଏହି ସହାୟତା ପାଇପାରିବେ ବୋଲି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଦ୍ୱାରା ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri