୫୦ ହଜାର କୋଟି ନିବେଶ କଲେଣି ବିଦେଶୀ ନିବେଶକ

ନୂଆଦିଲ୍ଲୀ: କରୋନା ଟିକା ସଫଳ ହେଉଥିବା ଖବର ଭାରତୀୟ ପୁଞ୍ଜି ବଜାର ଉପରେ ଭଲ ପ୍ରଭାବ ପକାଇଛି। ଫଳରେ ନଭେମ୍ବର ମାସ ଅଦ୍ୟାବଧି ଦେଶର ପୁଞ୍ଜି ବଜାରରେ ବିଦେଶୀ ନିବେଶକମାନେ ପ୍ରାୟ ୫୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିଛନ୍ତି। ଗତ ୮ ମାସରେ ଶେୟାର ବଜାରରେ ଫରେନ୍‌ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍‌ପିଆଇ) ବା ବିଦେଶୀ ସଂସ୍ଥାଗତ ନିବେଶକମାନେ ୧.୪ ଲକ୍ଷ କୋଟି ଟଙ୍କା ପୁଞ୍ଜି ଲଗାଇଛନ୍ତି। ଏହା ମଧ୍ୟରେ ବିଦେଶୀ ବ୍ୟକ୍ତିଗତ ନିବେଶକ ନିବେଶକ ମଧ୍ୟ ସାମିଲ ରହିଛନ୍ତି। ୩ରୁ ୨୦ ନଭେମ୍ବର ମଧ୍ୟରେ ବିଦେଶୀ ନିବେଶକମାନେ ୪୯,୫୫୩ କୋଟି ଟଙ୍କା ନିବେଶ କରିଛନ୍ତି। ଉନ୍ନତ ନଗଦ ସ୍ଥିତି ଏବଂ ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳ ଭାରତୀୟ ଶେୟାର ବଜାରକୁ ନେଇ ନିବେଶକଙ୍କ ମନୋଭାବ ଉନ୍ନତ କରିଛି। ଏହି ସମୟରେ ନିବେଶକମାନେ ୪୪,୩୭୮ କୋଟି ଟଙ୍କା ଡେଟ୍‌ ଏବଂ ୫,୧୭୫ କୋଟି ଟଙ୍କା ବଣ୍ଡ୍‌ ବଜାରରେ ନିବେଶ କରିଛନ୍ତି। ଅକ୍ଟୋବରରେ ଏଫ୍‌ପିଆଇ ଦେଶର ପୁଞ୍ଜି ବଜାରରେ ୨୨ ହଜାର କୋଟି ଟଙ୍କା ନିବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri