ଦାମୋଦର ମେଳାରେ ୫୦ ହଜାର ଶ୍ରଦ୍ଧାଳୁ

ଠାକୁରମୁଣ୍ଡା,୨୧।୧ (ଡି.ଏନ.ଏ. ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନିକଟ ବୈତରଣୀ ନଦୀର ସ୍ବତୀ ଘାଟରେ ସାନ୍ତାଳ ସମ୍ପ୍ରଦାୟର ଅସ୍ଥି ବିସର୍ଜନ ବା ଦାମୋଦର ମେଳା ଗୁରବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ ବାଲେଶ୍ୱର ଜିଲା ସମେତ ଝାଡ଼ଖଣ୍ଡ ରାଜ୍ୟରୁ ପ୍ରାୟ ୫୦ ହଜାରରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଚଳିତ ବର୍ଷ ମୋଟ ୧୬୧୩ ଅସ୍ଥି ବିସର୍ଜନ ହୋଇଥିବା ନେଇ ମେଳାର ଆୟୋଜକ ମାରାଙ୍ଗ ବୁରୁ ଆସୋସିଏସନ ପକ୍ଷରୁ ସୂଚନା ଦିଆଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ଠାକୁରମୁଣ୍ଡା ଥାନା ଆଇଆଇସି ପ୍ରମୋଦା ନାୟକଙ୍କ ନେତୃତ୍ୱରେ ପୋଲିସ ଟିମ୍‌, ସ୍ଥାନୀୟ ପ୍ରଶାସନିକ ଅଧିକାରୀ, ଅଗ୍ନିଶମ ବିଭାଗ କର୍ମଚାରୀ ମଧ୍ୟ ଉପସ୍ଥିତ ଥିଲେ। କମିଟିର ସଭାପତି ଦଶରଥ ସୋରେନ, ସମ୍ପାଦକ ଭାଗୀରଥି ଟୁଡୁ, ବସନ୍ତ ସୋରେନ, ଭୀମସେନ ଟୁଡୁ, ବିଜୟ ଟୁଡୁ, ସଞ୍ଜୟ ମାଝୀ, ନିମାଇଁ ହେମ୍ବ୍ରମ, ଲଲମୋହନ ମାଝୀ, ବିଜୟ ଟୁଡୁ ପ୍ରମୁଖ କର୍ମକର୍ତ୍ତାମାନେ ମେଳା ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?