କଓ୍ବୋଇସି ଅପ୍‌ଡେଟ୍‌ ନାଁରେ ୫୦ ହଜାର ଠକେଇ

ପାଟକୁରା,୧୨।୧(ଡି.ଏନ୍‌.ଏ.): ପାଟକୁରା ଥାନା ଅନ୍ତର୍ଗତ ଶ୍ରୀଚନ୍ଦନପୁର ଗଁାର ନାନକ କୁମାର ସାହୁ (୪୧) ସାଇବର ଠକେଇର ଶିକାର ହୋଇଛନ୍ତି। ମୋବାଇଲ୍‌ରେ ୧୦ ଟଙ୍କା ରିଚାର୍ଜ କରି କେୱାଇସି ଅପଡେଟ୍‌ କରିବା ନଁାରେ ସାଇବର ଠକ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ସମ୍ପର୍କରେ ନାନକ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି। ପୋଲିସ ସୂତ୍ରରୁ ପ୍ରକାଶ, ନାନକଙ୍କର ଗରଦପୁର ବଜାରରେ ଏକ ଔଷଧ ଦୋକାନ ଅଛି। ଗତ ୬ ତାରିଖରେ ନାନକଙ୍କ ମୋବାଇଲକୁ ଏକ ମେସେଜ ଆସିଥିଲା। ମେସେଜରେ ଲେଖା ଥିଲା ଆପଣଙ୍କ ମୋବାଇଲ ସିମ୍‌ର କେୱାଇସି କରାଇ ନିଅନ୍ତୁ ନ ହେଲେ ୨୪ ଘଣ୍ଟା ମଧ୍ୟରେ ସିମ୍‌କୁ ଅଚଳ କରିଦିଆଯିବ। ଏଥିସହ କଷ୍ଟମର କେୟାର ନମ୍ବର ମଧ୍ୟ ରହିଥିଲା। ମେସେଜ ଦେଖିବା ପରେ ନାନକ କଷ୍ଟମର କେୟାର ନମ୍ବରରେ କଲ କରିଥିଲେ। କଲ ରିସିଭ୍‌ କରି ସାଇବର ଠକ ଜଣକ ଡେବିଟ୍‌ କାର୍ଡ ଦ୍ୱାରା ୧୦ ଟଙ୍କା ରିଚାର୍ଜ କରିବାକୁ କହିଥିଲେ। ନାନକ ତାଙ୍କ ସିମ୍‌ରେ ରିଚାର୍ଜ କରିବା ପରେ ପ୍ଲେ ଷ୍ଟୋରରୁ ଟିମ୍‌ ଭିୟୁୟର କୁଇକ୍‌ ସପୋର୍ଟ ଆପ୍ଲିକେଶନ ଆପ୍‌ ଡାଉନଲୋଡ୍‌ କରିବାକୁ ସାଇବର ଠକ କହିଥିଲେ। ନାନକ ଏହା କରିବା ପରେ ତାଙ୍କ ଆକାଉଣ୍ଟରୁ ୪୯ ହଜାର ୯୦୨ ଟଙ୍କା କଟିଯାଇଥିଲା। ନାନକ ଠକାମିର ଶିକାର ହୋଇଥିବା ଜାଣି ଏଟିଏମ୍‌ କାର୍ଡ ବ୍ଲକ୍‌ କରିବା ସହ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri