ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଣ୍ଡା ଜନଜାତିଙ୍କୁ ଅଧିକ ୫୦ ହଜାର

ମାଲକାନଗିରି/ଖଇରପୁଟ, ୨୧।୧୨ (ଦୁର୍ଯ୍ୟୋଧନ ପାତ୍ର/ ଜଗନ୍ନାଥ ମାଝୀ): ବଣ୍ଡା ଜନଜାତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅଧିକ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଶୁକ୍ରବାର ମାଲକାନଗିିରି ଗସ୍ତରେ ଯାଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ସମସ୍ତ ବଣ୍ଡା ମହିଳା ନିଶ୍ଚିତ ଭାବେ ସୁଭଦ୍ରା ଯୋଜନା ଟଙ୍କା ପାଇବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।
ସୂଚନାନୁଯାୟୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ମାଲକାନଗିରି ଜିଲା ଗସ୍ତରେ ଆସିଛନ୍ତି। ମେଘୁଆ ପାଗ ହେତୁ ସେ ହେଲିକପ୍ଟରରେ ନ ଆସି ଜୟପୁରରୁ ଏକ ସ୍ବତନ୍ତ୍ର କାର୍‌ରେ ସିଧାସଳଖ ବଣ୍ଡାଘାଟିରେ ପହଞ୍ଚତ୍ଥିଲେ। ଖଇରପୁଟ ବ୍ଲକ ମୁଦୁଲିପଡ଼ାରେ ପହଞ୍ଚତ୍ବା ପରେ ବଣ୍ଡା ଜନଜାତି ସମ୍ପ୍ରଦାୟ ଲୋକେ ପାରମ୍ପରିକ ବେଶଭୂଷାରେ ନୃତ୍ୟର ତାଳେତାଳେ ତାଙ୍କୁ ସ୍ବାଗତ କରିଥିଲେ। ଉପମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କ ଆଭୂଷଣ ପରିଧାନ କରିଥିଲେ। ବଣ୍ଡାଘାଟିରେ ଥିବା ସୀତାକୁଣ୍ଡ, ବିଦ୍ୟାଳୟ, ପର୍ଯ୍ୟଟନ ସ୍ଥଳୀ, ବଣ୍ଡା ଗ୍ରାମ ପରିଦର୍ଶନ କରିବାସହ ମହିଳାଙ୍କଠାରୁ ତାଙ୍କର ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ସବୁ ସମସ୍ୟାର ସମାଧାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା ଯୋଜନାରେ ବର୍ତ୍ତମାନ ସୁଦ୍ଧା ତିନୋଟି ପର୍ଯ୍ୟାୟରେ ମହିଳାଙ୍କୁ ଟଙ୍କା ମିଳିଛି। ବଣ୍ଡା ମହିଳାମାନେ କିନ୍ତୁ ଏହି ସୁବିଧାରୁ ବଞ୍ଚତ୍ତ ଥିବାନେଇ ଖବର ପ୍ରକାଶ ପାଇଥିଲା। ଏହାର କାରଣ ସମ୍ପର୍କରେ ସେ ପଚାରି ବୁଝିଥିଲେ। ସମସ୍ତ ବଣ୍ଡା ମହିଳା ନିଶ୍ଚିତ ଭାବେ ସୁଭଦ୍ରା ଯୋଜନା ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଚତୁର୍ଥ ପର୍ଯ୍ୟାୟରେ ସେମାନଙ୍କ ଟଙ୍କା ନିଶ୍ଚୟ ମିଳିବ ବୋଲି ସେ କହିଥିଲେ। ଏହାପରେ ବଣ୍ଡା ଜନଜାତିଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଥିଲେ। ସେଠାରୁ ବଣ୍ଡାଘାଟିସ୍ଥିତ ପ୍ରସିଦ୍ଧ ସୀତାକୁଣ୍ଡ ପରିଦର୍ଶନ କରିବାକୁ ଯାଇଥିଲେ। ମା ସୀତା ଓ ଶ୍ରୀରାମ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ। ସୀତାକୁଣ୍ଡର ସାମଗ୍ରିକ ବିକାଶ ହେବ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ଜିଲାପାଳ ଆଶିଷ ଈଶ୍ୱର ପାଟିଲ, ଏସ୍‌ପି ବିବେକାନନ୍ଦ ଶର୍ମା, ଖଇରପୁଟ ବିଡିଓ, ବଣ୍ଡା ଉନ୍ନୟନ ଅଧିକାରୀ, ଭାଜପା କର୍ମୀ ଓ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri