ଆମାଜନ ଲୋକାଲ ସପ୍ସରେ ୫୦ ହଜାର ଷ୍ଟୋର

ନୂଆଦିଲ୍ଲୀ: ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ ପକ୍ଷରୁ ଆରମ୍ଭ ହୋଇଥିବା ଲୋକାଲ ଶପ୍ସ କାର୍ଯ୍ୟକ୍ରମରେ ୫୦ ହଜାରରୁ ଊର୍ଦ୍ଧ୍ୱ ଅଫଲାଇନ ରିଟେଲ ଷ୍ଟୋର ଯୋଡି ହୋଇଛନ୍ତି। ଦେଶର ୪୫୦ ସହରରୁ କିରାନା ଏବଂ ରିଟେଲ ଏଥିରେ ସାମିଲ ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ମିଳିଛି। ଗତବର୍ଷ ଏପ୍ରିଲରେ କମ୍ପାନୀ ଏହି କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲା। ଏହା ଦ୍ୱାରା ସ୍ଥାନୀୟ ଷ୍ଟୋର ଓନର ଅନଲାଇନରେ ସାମଗ୍ରୀ ବିକିବାକୁ ସକ୍ଷମ ହେଉଛନ୍ତି। ଅକ୍ଟୋବରରେ କମ୍ପାନୀ କହିଥିଲା ଯେ, କାର୍ଯ୍ୟକ୍ରମରେ ୪୦୦ ସହରରୁ ୨୦ ହଜାର ରିଟେଲର ଯୋଡି ହୋଇଛନ୍ତି। ଟାୟାର ୨ ଏବଂ ୩ ସହରଗୁଡ଼ିକରୁ ଏହି ଷ୍ଟୋରଗୁଡିକୁ ଯୋଡି ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ନିଜ ସହରରେ ଗ୍ରାହକଙ୍କୁ ବିସ୍ତୃତ ବର୍ଗର ପ୍ରଡକ୍ଟ ଯୋଗାଣ ଦିଗରେ ଏହି ଷ୍ଟୋରଗୁଡିକ ସକ୍ଷମ ହେଉଛନ୍ତି। ଫୁଲ, ଫଳ, ହୋମ ଏବଂ କିଚେନ ପ୍ରଡକ୍ଟ, ଫର୍ନିଚର, ଇଲେକ୍‌ଟ୍ରୋନିକ୍ସ, ବହି ଖେଳନା ଭଳି ବିଭିନ୍ନ ପ୍ରଡକ୍ଟ ଷ୍ଟୋରଗୁଡିକ ଗ୍ରାହକଙ୍କୁ ଉପଲବ୍ଧ କରାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri