୧୨ ଦିନରେ ୫ ଲକ୍ଷ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୯।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୨ ଦିନ ମଧ୍ୟରେ ଦେଶରେ ୫ ଲକ୍ଷ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ଟପିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ୩୦ ହଜାର ୫୯୨ରେ ପହଞ୍ଚିଛି। ସହିପରି ମୃତକଙ୍କ ସଂଖ୍ୟା ୩୪ ହଜାର ୧୯୧ ଛୁଇଁଛି। ଗତ ୨୪ ଘଣ୍ଟାରେ ୪୯ ହଜାର ୨୯୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏହି ସମୟ ମଧ୍ୟରେ ୭୮୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୯ ଲକ୍ଷ ୮୬ ହଜାର ୩୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୫ ଲକ୍ଷ ୧୦ ହଜାର ୪୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share