୪ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୫୦୨ କୋଟି ମଞ୍ଜୁର

ଢେଙ୍କାନାଳ ଅଫିସ,୧୩।୮: ଢେଙ୍କାନାଳ ବିଜେଡି କାର୍ଯ୍ୟାଳୟରେ ଶନିବାର ପୂର୍ବାହ୍ନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ ଯୋଗଦେଇ ଢେଙ୍କାନାଳ ଜିଲାରେ ୪ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ୫୦୨ କୋଟି ଟଙ୍କାରେ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ବୋଲି ସୂଚନା ଦେଇଥିଲେ।

ଏହି ପ୍ରକଳ୍ପ ଦ୍ବାରା ଢେଙ୍କାନାଳ ସଦର, ପରଜଙ୍ଗ, କାମାକ୍ଷାନଗର ଓ କଙ୍କଡ଼ାହାଡ ବ୍ଲକର ୭୧ ପଞ୍ଚାୟତର ୨୭୧ଟି ଗ୍ରାମର ପ୍ରାୟ ୩ ଲକ୍ଷ ୨୨ ହଜାର ୨୦୪ ଜନସାଧାରଣ ପାନୀୟ ଜଳ ପାଇପାରିବେ। କାମାକ୍ଷାନଗର ବ୍ଲକ୍‌ ଅଧୀନ ୧୩ ପଞ୍ଚାୟତ ଅନ୍ତର୍ଗତ ୪୬ଟି ଗାଁର ୫୨,୯୧୪ ଲୋକ, ପରଜଙ୍ଗ ବ୍ଲକ ୨୯ ପଞ୍ଚାୟତ ଅନ୍ତର୍ଗତ ୯୨ ଗ୍ରାମର ୧,୩୫,୨୪୩ ଏବଂ କଙ୍କଡାହାଡ଼ ବ୍ଲକର ୨୧ ପଞ୍ଚାୟତର ୧୦୬ ଗ୍ରାମର ୯୬,୯୭୩, ସଦର ବ୍ଲକ ଅଧୀନ ୮ ପଞ୍ଚାୟତର ୨୭ ଗ୍ରାମର ୩୭,୦୬୪ ଲୋକଙ୍କ ସମେତ ଢେଙ୍କାନାଳ ପୌର ସଂସ୍କାର ୨୩ ଓ୍ବାର୍ଡ ପାଇଁ ପାନୀୟ ଜଳ ଯୋଗାଣ ହେବ । ଢେଙ୍କାନାଳ ପୌରାଞ୍ଚଳ ଓ ସଦର ବ୍ଲକର ଶଙ୍କରପୁର, ଧୀରପାଟଣା, ବାଲିଆମ୍ବା, ମଧୁସାହୁ ପାଟଣା ଓ ଚନ୍ଦ୍ରଶେଖର ପ୍ରସାଦ ଗ୍ରାମକୁ ମହାନଦୀରୁ ଏହି ପ୍ରକଳ୍ପ ଦ୍ବାରା ପାନୀୟ ଜଳ ଯୋଗାଣ ହେବ । ୨ ବର୍ଷ ମଧ୍ୟରେ ଏହି ପ୍ରକଳ୍ପ ଶେଷ ହେବ। ସେହିପରି ବ୍ରାହଣୀ ନଦୀର ପରଜଙ୍ଗ ବ୍ଲକ ଖାଲପାଳ ଗ୍ରାମରେ ନଦୀ ଗର୍ଭ ସୀମିତ ଜଳ ସଂରକ୍ଷଣ ଆନିକଟ ପ୍ରକଳ୍ପ ନିର୍ମାଣ ଯୋଜନାରେ ଏକ ସେତୁ ଗଠନ ସହିତ ଏହାର ରକ୍ଷଣାବେକ୍ଷଣ ପାଇଁ ୨୨୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri