‘ଜୱାଦ’ କ୍ଷତିଗ୍ରସ୍ତଙ୍କୁ ୫୦୭ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ’ ଦ୍ବାରା ଗତ ୪ ଓ ୫ ତାରିଖରେ ହୋଇଥିବା ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବର୍ଷାଜଳ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିଛା ୬,୮୦୦ ଟଙ୍କା, ଜଳ ସେଚିତ ଜମି ଲାଗି ହେକ୍ଟର ପିଛା ୧୩,୫୦୦ ଟଙ୍କା ସହାୟତା ଦିଆଯିବ। ଆମ୍ବ, କାଜୁ, ନଡ଼ିଆ, ପାନବରଜ, କିଆ ଆଦି ସବୁଦିନିଆ ଫସଲ ନିମନ୍ତେ ହେକ୍ଟର ପିଛା ୧୮ ହଜାର ଟଙ୍କା ସହାୟତା ମିଳିବ।
ସବୁଦିନିଆ ଫସଲ କ୍ଷତି ପାଇଁ ଇନ୍‌ପୁଟ ସବ୍‌ସିଡି ଭାବରେ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ୧୦୦୦ ଟଙ୍କା ଦିଆଯିବ। ୧୨ ଜିଲାର କ୍ଷତିଗ୍ରସ୍ତ ଚାଷୀଙ୍କୁ ୧୨ ହଜାର କୁଇଣ୍ଟାଲ ପ୍ରମାଣୀକୃତ ଉଚ୍ଚମାନର ବିହନ ରିହାତି ଦରରେ ଯୋଗାଇ ଦିଆଯିବ। ବର୍ତ୍ତମାନ ରିହାତି ପରିମାଣର ଅତିରିକ୍ତ ୨୫% ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର (ଡିବିଟି) ଜରିଆରେ ୨୦୨୧-୨୨ ରବି ଫସଲ ପାଇଁ ଦିଆଯିବ। କ୍ଷତିଗ୍ରସ୍ତ ଜିଲାର ଚାଷୀମାନଙ୍କୁ ୫୦ ହଜାର ଡାଲି ଜାତୀୟ ବିହନ ମିନି କିଟ୍‌ ଯୋଗାଇ ଦିଆଯିବ। ଏଥିସହିତ ୪ ଲକ୍ଷ ପରିବାରକୁ ବିହନ ମିନି କିଟ୍‌ ମାଗଣାରେ ଯୋଗାଇ ଦିଆଯିବ। ଫଳ ଓ ପନିପରିବା ଚାଷ କରୁଥିବା ସ୍ବୟଂ ସହାୟକ ଗୋଷ୍ଠୀର ଏକ ଲକ୍ଷ ସଦସ୍ୟଙ୍କୁ ପ୍ଲାଷ୍ଟିକ ଜାଲି ବାକ୍ସ(କ୍ରେଟ୍‌) ଯୋଗାଇ ଦିଆଯିବ। ପ୍ରତି ସଦସ୍ୟଙ୍କୁ ୯୦% ରିହାତିରେ ୫ଟି କ୍ରେଟ୍‌ ପ୍ରଦାନ କରାଯିବ। ଏହାଦ୍ବାରା ଫଳ ଓ ପରିବା ଅମଳ ପରବର୍ତ୍ତୀ କ୍ଷତି କମ୍‌ କରାଯାଇପାରିବ। ୧ ଲକ୍ଷ ଚାଷୀଙ୍କୁ ସେମାନଙ୍କ ଘର ପଛ ବଗିଚାରେ ଲଗାଇବା ପାଇଁ ମାଗଣାରେ ପ୍ରତ୍ୟେକଙ୍କୁ ୧୦ଟି ଫଳଗଛ ଚାରା ଯୋଗାଇ ଦିଆଯିବ।
ଏକ ଲକ୍ଷ ଚାଷୀଙ୍କୁ ହାଇବ୍ରିଡ୍‌ ପରିବା ଚାଷ ପାଇଁ ସହାୟତା ଦିଆଯିବ। ପ୍ରତି ଚାଷୀଙ୍କୁ ୦.୨୦ ହେକ୍ଟର ପାଇଁ ୪୦୦୦ ଟଙ୍କା ଲେଖାଏ ସହାୟତା ମିଳିବ। କ୍ଷତିଗ୍ରସ୍ତ ଜିଲାଗୁଡ଼ିକର ଚାଷୀଙ୍କୁ କୃଷି ଯାନ୍ତ୍ରିକୀକରଣ ନିମନ୍ତେ ୫୦ କୋଟି ଟଙ୍କାର ରିହାତି ଦିଆଯିବ। ଏହା ଡିବିଟି ଜରିଆରେ ପ୍ରଦାନ କରାଯିବ। କ୍ଷତିଗ୍ରସ୍ତ ଅଞ୍ଚଳରେ ୫୦୦୦ ପମ୍ପସେଟ୍‌ ୫୦% ରିହାତିରେ ଯୋଗାଇ ଦିଆଯିବ। ଏଥିପାଇଁ ରିହାତିର ସର୍ବୋଚ୍ଚ ପରିମାଣ ୧୦ ହଜାର ଟଙ୍କା ମିଳିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦ ପ୍ରତିଶତ ରିହାତିରେ ୫୦୦୦ ସ୍ପ୍ରେୟର (ସିଞ୍ଚନ ଯନ୍ତ୍ର) ଯୋଗାଇ ଦିଆଯିବ। ପାୱାର ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୭୫୦ ଟଙ୍କା ଦିଆଯିବ। ରୋଗପୋକ ନିୟନ୍ତ୍ରଣ ପାଇଁ କ୍ଷତିଗ୍ରସ୍ତ ଚାଷୀଙ୍କ ସକାଶେ ମଧ୍ୟ।ଏହି ପ୍ୟାକେଜ୍‌ରେ ବ୍ୟବସ୍ଥା ରଖାଯାଇଛି। ଏଥିପାଇଁ ରିହାତି ଚାଷୀଙ୍କୁ ଡିବିଟି ଜରିଆରେ ପ୍ରଦାନ କରାଯିବ। ସମୁଦାୟ ୧୬୦୦୦ ହେକ୍ଟର ଜମି ପାଇଁ ଏହି ସହାୟତା ବ୍ୟବସ୍ଥା କରାଯିବ।
୩୩% ବା ତା’ଠାରୁ ଅଧିକ ଫସଲ କ୍ଷତି ହୋଇଥିବା ଅଞ୍ଚଳରେ ଦିଆଯାଇଥିବା ସ୍ବଳ୍ପ ମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ। ସେହିପରି ଆସନ୍ତା ରବି ଋତୁ ପାଇଁ ଚାଷୀମାନେ ଯେପରି ସୁବିଧାରେ ଫସଲ ଋଣ ଓ କୃଷି ଋଣ କରିପାରିବେ, ସେଥିପାଇଁ ଆନୁଷ୍ଠାନିକ ଆର୍ଥିକ ସଂସ୍ଥା ଦ୍ବାରା ସହାୟତାର ବ୍ୟବସ୍ଥା କରାଯିବ। ଭାଗଚାଷୀମାନେ ଯେପରି ରବି ଋତୁରେ ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଯୁଗ୍ମ ଲାଏବିଲିଟି ଗୋଷ୍ଠୀ ଗଠନ ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ ଚାଷୀମାନେ ଯେପରି ତାଙ୍କ କ୍ଷତିପୂରଣ ଶୀଘ୍ର ପାଇପାରିବେ, ସେଥିପାଇଁ ଅମଳ ପରବର୍ତ୍ତୀ କ୍ଷତିର ତୁରନ୍ତ ଆକଳନ ନିମନ୍ତେ ପଦକ୍ଷେପ ନିଆଯିବ ଏବଂ କ୍ରପ୍‌ କଟିଂ ଏକ୍ସପେରିମେଣ୍ଟ ମଧ୍ୟ ଶୀଘ୍ର ଶେଷ କରାଯିବ। ବାତ୍ୟା ଜନିତ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀମାନେ ଯେପରି ରବି ଫସଲ ପାଇଁ ତୁରନ୍ତ ଋଣ ସହାୟତା ପାଇପାରିବେ, ସେ ଦିଗରେ ମଧ୍ୟ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri