‘ଜୱାଦ’ କ୍ଷତିଗ୍ରସ୍ତଙ୍କୁ ୫୦୭ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ’ ଦ୍ବାରା ଗତ ୪ ଓ ୫ ତାରିଖରେ ହୋଇଥିବା ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବର୍ଷାଜଳ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିଛା ୬,୮୦୦ ଟଙ୍କା, ଜଳ ସେଚିତ ଜମି ଲାଗି ହେକ୍ଟର ପିଛା ୧୩,୫୦୦ ଟଙ୍କା ସହାୟତା ଦିଆଯିବ। ଆମ୍ବ, କାଜୁ, ନଡ଼ିଆ, ପାନବରଜ, କିଆ ଆଦି ସବୁଦିନିଆ ଫସଲ ନିମନ୍ତେ ହେକ୍ଟର ପିଛା ୧୮ ହଜାର ଟଙ୍କା ସହାୟତା ମିଳିବ।
ସବୁଦିନିଆ ଫସଲ କ୍ଷତି ପାଇଁ ଇନ୍‌ପୁଟ ସବ୍‌ସିଡି ଭାବରେ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ୧୦୦୦ ଟଙ୍କା ଦିଆଯିବ। ୧୨ ଜିଲାର କ୍ଷତିଗ୍ରସ୍ତ ଚାଷୀଙ୍କୁ ୧୨ ହଜାର କୁଇଣ୍ଟାଲ ପ୍ରମାଣୀକୃତ ଉଚ୍ଚମାନର ବିହନ ରିହାତି ଦରରେ ଯୋଗାଇ ଦିଆଯିବ। ବର୍ତ୍ତମାନ ରିହାତି ପରିମାଣର ଅତିରିକ୍ତ ୨୫% ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର (ଡିବିଟି) ଜରିଆରେ ୨୦୨୧-୨୨ ରବି ଫସଲ ପାଇଁ ଦିଆଯିବ। କ୍ଷତିଗ୍ରସ୍ତ ଜିଲାର ଚାଷୀମାନଙ୍କୁ ୫୦ ହଜାର ଡାଲି ଜାତୀୟ ବିହନ ମିନି କିଟ୍‌ ଯୋଗାଇ ଦିଆଯିବ। ଏଥିସହିତ ୪ ଲକ୍ଷ ପରିବାରକୁ ବିହନ ମିନି କିଟ୍‌ ମାଗଣାରେ ଯୋଗାଇ ଦିଆଯିବ। ଫଳ ଓ ପନିପରିବା ଚାଷ କରୁଥିବା ସ୍ବୟଂ ସହାୟକ ଗୋଷ୍ଠୀର ଏକ ଲକ୍ଷ ସଦସ୍ୟଙ୍କୁ ପ୍ଲାଷ୍ଟିକ ଜାଲି ବାକ୍ସ(କ୍ରେଟ୍‌) ଯୋଗାଇ ଦିଆଯିବ। ପ୍ରତି ସଦସ୍ୟଙ୍କୁ ୯୦% ରିହାତିରେ ୫ଟି କ୍ରେଟ୍‌ ପ୍ରଦାନ କରାଯିବ। ଏହାଦ୍ବାରା ଫଳ ଓ ପରିବା ଅମଳ ପରବର୍ତ୍ତୀ କ୍ଷତି କମ୍‌ କରାଯାଇପାରିବ। ୧ ଲକ୍ଷ ଚାଷୀଙ୍କୁ ସେମାନଙ୍କ ଘର ପଛ ବଗିଚାରେ ଲଗାଇବା ପାଇଁ ମାଗଣାରେ ପ୍ରତ୍ୟେକଙ୍କୁ ୧୦ଟି ଫଳଗଛ ଚାରା ଯୋଗାଇ ଦିଆଯିବ।
ଏକ ଲକ୍ଷ ଚାଷୀଙ୍କୁ ହାଇବ୍ରିଡ୍‌ ପରିବା ଚାଷ ପାଇଁ ସହାୟତା ଦିଆଯିବ। ପ୍ରତି ଚାଷୀଙ୍କୁ ୦.୨୦ ହେକ୍ଟର ପାଇଁ ୪୦୦୦ ଟଙ୍କା ଲେଖାଏ ସହାୟତା ମିଳିବ। କ୍ଷତିଗ୍ରସ୍ତ ଜିଲାଗୁଡ଼ିକର ଚାଷୀଙ୍କୁ କୃଷି ଯାନ୍ତ୍ରିକୀକରଣ ନିମନ୍ତେ ୫୦ କୋଟି ଟଙ୍କାର ରିହାତି ଦିଆଯିବ। ଏହା ଡିବିଟି ଜରିଆରେ ପ୍ରଦାନ କରାଯିବ। କ୍ଷତିଗ୍ରସ୍ତ ଅଞ୍ଚଳରେ ୫୦୦୦ ପମ୍ପସେଟ୍‌ ୫୦% ରିହାତିରେ ଯୋଗାଇ ଦିଆଯିବ। ଏଥିପାଇଁ ରିହାତିର ସର୍ବୋଚ୍ଚ ପରିମାଣ ୧୦ ହଜାର ଟଙ୍କା ମିଳିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦ ପ୍ରତିଶତ ରିହାତିରେ ୫୦୦୦ ସ୍ପ୍ରେୟର (ସିଞ୍ଚନ ଯନ୍ତ୍ର) ଯୋଗାଇ ଦିଆଯିବ। ପାୱାର ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୭୫୦ ଟଙ୍କା ଦିଆଯିବ। ରୋଗପୋକ ନିୟନ୍ତ୍ରଣ ପାଇଁ କ୍ଷତିଗ୍ରସ୍ତ ଚାଷୀଙ୍କ ସକାଶେ ମଧ୍ୟ।ଏହି ପ୍ୟାକେଜ୍‌ରେ ବ୍ୟବସ୍ଥା ରଖାଯାଇଛି। ଏଥିପାଇଁ ରିହାତି ଚାଷୀଙ୍କୁ ଡିବିଟି ଜରିଆରେ ପ୍ରଦାନ କରାଯିବ। ସମୁଦାୟ ୧୬୦୦୦ ହେକ୍ଟର ଜମି ପାଇଁ ଏହି ସହାୟତା ବ୍ୟବସ୍ଥା କରାଯିବ।
୩୩% ବା ତା’ଠାରୁ ଅଧିକ ଫସଲ କ୍ଷତି ହୋଇଥିବା ଅଞ୍ଚଳରେ ଦିଆଯାଇଥିବା ସ୍ବଳ୍ପ ମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ। ସେହିପରି ଆସନ୍ତା ରବି ଋତୁ ପାଇଁ ଚାଷୀମାନେ ଯେପରି ସୁବିଧାରେ ଫସଲ ଋଣ ଓ କୃଷି ଋଣ କରିପାରିବେ, ସେଥିପାଇଁ ଆନୁଷ୍ଠାନିକ ଆର୍ଥିକ ସଂସ୍ଥା ଦ୍ବାରା ସହାୟତାର ବ୍ୟବସ୍ଥା କରାଯିବ। ଭାଗଚାଷୀମାନେ ଯେପରି ରବି ଋତୁରେ ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଯୁଗ୍ମ ଲାଏବିଲିଟି ଗୋଷ୍ଠୀ ଗଠନ ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ ଚାଷୀମାନେ ଯେପରି ତାଙ୍କ କ୍ଷତିପୂରଣ ଶୀଘ୍ର ପାଇପାରିବେ, ସେଥିପାଇଁ ଅମଳ ପରବର୍ତ୍ତୀ କ୍ଷତିର ତୁରନ୍ତ ଆକଳନ ନିମନ୍ତେ ପଦକ୍ଷେପ ନିଆଯିବ ଏବଂ କ୍ରପ୍‌ କଟିଂ ଏକ୍ସପେରିମେଣ୍ଟ ମଧ୍ୟ ଶୀଘ୍ର ଶେଷ କରାଯିବ। ବାତ୍ୟା ଜନିତ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀମାନେ ଯେପରି ରବି ଫସଲ ପାଇଁ ତୁରନ୍ତ ଋଣ ସହାୟତା ପାଇପାରିବେ, ସେ ଦିଗରେ ମଧ୍ୟ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri